ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଶୁଭାରମ୍ଭ



କେନ୍ଦ୍ରାପଡ଼ା,୧ା୩: ଡେରାବିଶ ବ୍ଲକ ଅନ୍ତର୍ଗତ ଚାଟରାଚକଡା ପଞ୍ଚାୟତର ରାମଚନ୍ଦ୍ର ନୋଡାଲ ଉଚ୍ଚବିଦ୍ୟାଳୟ କ୍ଲଷ୍ଟରର ସରକାରୀ ଓଲଢି ଉର୍ଦ୍ଦୁ ପ୍ରାଥମିକ ବିଦ୍ୟାଳୟରେ କମ୍ପ୍ୟୁଟର ଶିକ୍ଷାର ଉଦ୍‌ଘାଟନ ଉତ୍ସବ ପାଳନ ହୋଇଯାଇଛି । ଏହି ଉଦ୍‌ଘାଟନ ଉତ୍ସବରେ ଡେରାବିଶ ଶିକ୍ଷା ମଣ୍ଡଳ ଶିକ୍ଷା ଅଧିକାରୀ ଶ୍ରୀକାନ୍ତ କୁମାର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଡେରାବିଶ ଶିକ୍ଷା ମଣ୍ଡଳର ମଣ୍ଡଳ ଶିକ୍ଷା ସାଧନ ସଂଯୋଜକ ଦେବଦତ୍ତ ଶତପଥୀ, ସହକାରୀ ମଣ୍ଡଳ ଶିକ୍ଷା ଅଧିକାରୀ ସଚ୍ଚିକାନ୍ତ ମିଶ୍ର, ଖଗେଶ୍ୱର ଦାସ ଯୋଗ ଦେଇଥିଲେ । ଉକ୍ତ କ୍ଲଷ୍ଟରର ସିଆର୍‌ସିସି ରମେଶ ଚନ୍ଦ୍ର ପତି ସଭାରେ ଉପସ୍ଥିତ ରହି ବିଦ୍ୟାଳୟର ଶିକ୍ଷକ/ଶିକ୍ଷୟତ୍ରୀଙ୍କ କାର୍ଯ୍ୟକୁ କ୍ଲଷ୍ଟର ଅନ୍ୟ ବିଦ୍ୟାଳୟ ତୁଳନାରେ ଏଠାରେ ଶ୍ରେଣୀଗୃହ, ଖେଳ ପଡିଆ, ରୋଷେଇ ଗୃହର ଅଭାବ ସତ୍ତ୍ୱେ ସବୁକ୍ଷେତ୍ରରେ ଆଗୁଆ ଥିବା କଥା କହିଥିଲେ । ମଣିଷ ଯାହା କର୍ମ କରେ ତାହାର ଫଳ ସେହି ଅନୁସାରେ ଏହି ସଂସାରରେ ପାଇଥାଏ ବୋଲି ମଣ୍ଡଳ ଶିକ୍ଷା ଅଧିକାରୀ ବକ୍ତବ୍ୟରେ କହିଥିଲେ । ଏହି କାର୍ଯ୍ୟକ୍ରମରେ ମୁଖ୍ୟବକ୍ତା ଭାବେ ଓଡିଶା ପ୍ରାଥମିକ ଶିକ୍ଷକ ସଂଘର ଜିଲ୍ଲା ସଂଯୋଜକ ଭକ୍ତରଞ୍ଜନ ସ୍ୱାଇଁ ଉକ୍ତ ବିଦ୍ୟାଳୟର ଶିକ୍ଷକ ସେକ୍ ବରକାତୁଲ୍ଲା ଓ ଶିକ୍ଷୟତ୍ରୀ ରଶ୍ମିତା ଶେଣ୍ଢଙ୍କ ବିଦ୍ୟାଳୟ ଓ ଛାତ୍ରଛାତ୍ରୀ ପ୍ରତି ସମର୍ପିତ କାର୍ଯ୍ୟର ଭୂୟଂସୀ ପ୍ରଶଂସା କରିଥିଲେ । ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ସେକ୍ ଅଲିମୁଦ୍ଦିନ୍ ଧନ୍ୟବାଦ ଅର୍ପଣ କରିଥିଲେ ।


Next Post

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି ବୈଠକ

Sat Mar 1 , 2025
କେନ୍ଦ୍ରାପଡା,୧ା୩: ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପର୍ଯ୍ୟବେକ୍ଷଣ କମିଟି (ଦିଶା)ର ଦ୍ୱିତୀୟ ବୈଠକ କେନ୍ଦ୍ରାପଡା ସାଂସଦ ବୈଜୟନ୍ତ ଜୟ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଶନିବାର ଜିଲ୍ଲା ପରିଷଦ ସଭାଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ପୂର୍ବ ବୈଠକରେ ଆଲୋଚିତ ହୋଇଥିବା ବିଷୟବସ୍ତୁ ଯଥା ଜଳ ଜୀବନ ମିଶନ ଓ ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ବଦ୍ଧୀୟ କାର୍ଯ୍ୟାନୁଷ୍ଠାନ ଉପରେ ଆଲୋଚନା କରାଯାଇଥିଲା। ଏହାପରେ ଆଜିର ବିଷୟବସ୍ତୁ ଯଥା ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା ଓ […]

KANIKA