ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା



କେନ୍ଦ୍ରାପଡ଼ା,୧୮ା୩: ବାଞ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟ ପକ୍ଷରୁ ତାଙ୍କୁ ତୁରନ୍ତ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟି ଭୁବନମୋହନ ଦାସ କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ଗ୍ରାମର ମୁଖକର୍କଟରେ ପିଡିତ ପାଣ୍ଡବ ଚରଣ ମଲିକଙ୍କ ଘରେ ପହଞ୍ଚି ଟ୍ରଷ୍ଟ ପକ୍ଷରୁ ତାଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଆର୍ଥିକ ସହାୟତା ପ୍ରଦାନ ସମୟରେ ରତ୍ନାକର ସାର ଉପସ୍ଥିତ ଥିଲେ।


Discover more from

Subscribe now to keep reading and get access to the full archive.

Continue reading