ଯୈାନ ଶୋଷଣ ନିବାରଣ ଆଇନ ସଚେତନତା ବୈଠକ



କେନ୍ଦ୍ରାପଡ଼ା,୨୬ା୭ :ଜିଲ୍ଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ ) ରବୀନ୍ଦ୍ର କୁମାର ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଯୌନ ଶୋଷଣ ନିବାରଣ ଆଇନ ସମ୍ପର୍କିତ ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ସମାଜ କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଆୟୋଜିତ ଏହି ବୈଠକରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ, ବ୍ଲକ ଶିକ୍ଷା ଅଧିକାରୀଙ୍କ ସମେତ ସମସ୍ତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକର ମୁଖ୍ୟମାନେ ଉପସ୍ଥିତ ଥିଲେ। ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଷମା ମହାନ୍ତି ପୋକ୍‌ସୋ ଆଇନ ବ୍ୟବସ୍ଥା ସମ୍ପର୍କରେ ଆଲୋକପାତ କରିଥିଲେ। ଶିକ୍ଷାନୁଷ୍ଠାନ ମାନଙ୍କରୁ ଯୌନ ଶୋଷଣରୁ ମୁକ୍ତ କରାଯିବା ଉପରେ ଗୁରୁତ୍ୱ ଦେଇଥିଲେ। ସମସ୍ତ ଶିକ୍ଷାନୁଷ୍ଠାନ ମାନଙ୍କରେ ପୋକ୍‌ସୋ ଆଇନ ସମ୍ପର୍କରେ ସଚେତନତା କରିବା ସହିତ ଆଭ୍ୟନ୍ତରୀଣ ଅଭିଯୋଗ କମିଟି ଗଠନକୁ ସୁନିଶ୍ଚିତ କରିବା ଏବଂ ଅନୁଷ୍ଠାନକୁ ସୁରକ୍ଷିତ ଏବଂ ଛାତ୍ରଛାତ୍ରୀ ଏବଂ କର୍ମଚାରୀଙ୍କ ମଧ୍ୟରେ ଏକ ଉତ୍ତମ ପରିବେଶ ଗଠନ କରିବାକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମଲ୍ଲିକ ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Discover more from

Subscribe now to keep reading and get access to the full archive.

Continue reading