ସରସ୍ୱତୀ ସରକାରୀ ହାଇସ୍କୁଲ ହିନ୍ଦୀ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର


କେନ୍ଦ୍ରାପଡ଼ା,୭ା୯:କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଦେପୁର ସରସ୍ୱତୀ ସରକାରୀ ହାଇସ୍କୁଲର ହିନ୍ଦୀ ଶିକ୍ଷକ ମହେଶ୍ୱର ସାହୁଙ୍କୁ ଗୁରୁଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପ୍ରଦାନ କରାଯାଇଛି। ଇଛାପୁର ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ବାରିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଜିଲ୍ଲାପାଳ ରଘୁରାମ ଆର.ଆୟାର ଯୋଗଦେଇ ହିନ୍ଦୀ ଶିକ୍ଷକ ଶ୍ରୀ ସାହୁଙ୍କୁ ପୁଷ୍ପଗୁଛ, ଉତ୍ତରୀୟ, ମାନପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଶ୍ରୀ ସାହୁ ଜଣେ ଛାତ୍ରବତ୍ସଳ, କର୍ତ୍ତବ୍ୟପରାୟଣ, ପରୋପକାରୀ ଓ ମେଳାପି ଶିକ୍ଷକ ଭାବେ ସାଧାରଣରେ ପରିଚିତ। ଏଥିସହିତ ସେ ବିଭିନ୍ନ ଶିକ୍ଷକ ସଂଗଠନର କର୍ମକର୍ତ୍ତା ଭାବେ ମଧ୍ୟ କାର୍ଯ୍ୟନିର୍ବାହ କରିଆସୁଛନ୍ତି। ବର୍ତ୍ତମାନ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ ସେ ଜିଲ୍ଲା ହିନ୍ଦୀ ଶିକ୍ଷକ ସଙ୍ଘର ସମ୍ପାଦକ ଓ ଓଡିଶା ରାଷ୍ଟ୍ରଭାଷା ପରିଷଦ, ପୁରୀର ମଧ୍ୟ ପ୍ରଚାରକ ରୂପେ ଦୀର୍ଘ ୧୫ବର୍ଷ ହେବ କାର୍ଯ୍ୟ କରି ଆସୁଛନ୍ତି। ଏହାବ୍ୟତିତ ଓଡିଶା ମାଧ୍ୟମିକ ବିଦ୍ୟାଳୟ ଶିକ୍ଷକ ସଙ୍ଘ(ଓଷ୍ଟା)ର ଜିଲ୍ଲା କାର୍ଯ୍ୟକାରିଣୀ ସଦସ୍ୟ ରୂପେ କାର୍ଯ୍ୟ କରୁଛନ୍ତି। ସେ କହିଛନ୍ତି ଯେ ଏହି ପୁରସ୍କାର ପାଇବା ତାଙ୍କର ପିତା ସ୍ୱର୍ଗତ ସନାତନ ସାହୁ ଓ ମାତା ସରସ୍ୱତୀ ସାହୁ ଏବଂ ଜ୍ୟେଷ୍ଟଭ୍ରାତା ସ୍ୱର୍ଗତ ଖଗେଶ୍ୱର ସାହୁଙ୍କ ଆଶିର୍ବାଦରୁ ହିଁ ସମ୍ଭବ ହୋଇପାରିଛି। ଏହି ପୁରସ୍କାର ପାଇଥିବାରୁ ହାଇସ୍କୁଲର ପ୍ରଧାନ ଶିକ୍ଷୟିତ୍ରୀଙ୍କ ସମେତ ଅନ୍ୟ ଶିକ୍ଷକ,ଶିକ୍ଷୟିତ୍ରୀ, ପରିଚାଳନା ପରିଷଦର କର୍ମକର୍ତ୍ତା, ଛାତ୍ରଛାତ୍ରୀ ଓ ଅଭିଭାବକ ଏବଂ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତାମାନେ ଶିକ୍ଷକ ଶ୍ରୀ ସାହୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି।


Discover more from

Subscribe now to keep reading and get access to the full archive.

Continue reading