କେନ୍ଦ୍ରାପଡ଼ା,୮ା୯:କେନ୍ଦ୍ରାପଡା ଜିଲ୍ଲାର ଡେରାବିଶ ବ୍ଲକ ଅନ୍ତର୍ଗତ ଏଣ୍ଡର ଗ୍ରାମପଞ୍ଚାୟତର କୁସୁପୁର ନୋଡାଲ ଉଚ୍ଚବିଦ୍ୟାଳୟର ହିନ୍ଦୀ ଶିକ୍ଷକ ନିର୍ମଳ କୁମାର ସ୍ୱାଇଁ ୨୦୨୪-୨୫ ଶିକ୍ଷାବର୍ଷର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଛନ୍ତି। ପବିତ୍ର ଗୁରୁଦିବସ ଅବସରରେ ଇଛାପୁର ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ଜିଲ୍ଲା ସ୍ତରୀୟ ଉତ୍ସବରେ ଜିଲ୍ଲାପାଳ ରଘୁରାମ ଆର.ଆୟାର ଓ ଜିଲ୍ଲା ଶିକ୍ଷାଧିକାରୀ ପବିତ୍ର ମୋହନ ବାରିକଙ୍କ ଠାରୁ ଶିକ୍ଷକ ଶ୍ରୀ ସ୍ୱାଇଁଙ୍କୁ ପୁଷ୍ପଗୁଛ, ଉତ୍ତରୀୟ, ମାନପତ୍ର ଓ ଟ୍ରଫି ଗ୍ରହଣ […]

କେନ୍ଦ୍ରାପଡ଼ା,୮ା୯:ବିଶ୍ୱଗୁରୁ ସ୍ୱାମୀ ଶିବାନନ୍ଦ ସରସ୍ୱତୀଙ୍କ ଜୟନ୍ତୀ କେନ୍ଦ୍ରାପଡା ଦିବ୍ୟ ଜୀବନ ସଙ୍ଘ ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମରେ ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ପାଳିତ ହୋଇଯାଇଛି। ବିଶ୍ୱଶାନ୍ତି ପାଇଁ ରୁଦ୍ରାଭିଷେକ, ଗୁରୁଦେବଙ୍କ ପାଦପୂଜନ, ଭଜନକୀର୍ତ୍ତନ କରାଯିବା ସହ ବିଭିନ୍ନ ବୃକ୍ଷର ଚାରା ରୋପଣ କରାଯାଇଥିଲା। ଏଥିସହିତ ଶିବାନନ୍ଦଙ୍କ ଜୀବନଦର୍ଶନ ଉପରେ ଏକ ଆଲୋଚନାଚକ୍ର ମଧ୍ୟ ଅନୁଷ୍ଠିତ ହୋଇଥିଲା। ଶିବାନନ୍ଦ ବିଦ୍ୟାମନ୍ଦିରର ଅଧ୍ୟକ୍ଷ ଡ. ସୁରେନ୍ଦ୍ର ନାଥ ଆଚାର୍ଯ୍ୟ,ଆଶ୍ରମର ଉପସଭାପତି ଡ. […]

କେନ୍ଦ୍ରାପଡ଼ା,୮ା୯: ଆସନ୍ତା ୨୨ତାରିଖରୁ ୨୪ତାରିଖ ପର୍ଯ୍ୟନ୍ତ ୩ଦିନ ଧରି ରାଞ୍ଚିର ମୋରାବାଡି ଫୁଟବଲ ଷ୍ଟାଡିୟମରେ ୩୬ତମ ପୂର୍ବ ଜୋନ କନିଷ୍ଠ ଆଥଲେଟିକ ଚମ୍ପିଆନସିପ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ପାଇଁ ରାଜ୍ୟ ଆଥଲେଟିକ ଆସୋସିଏସନ ଦ୍ୱାରା କଟକ ବାରବାଟି ଷ୍ଟାଡିୟମ ପୋଲିସ ପଡିଆରେ ଚଳିତମାସ ୬ରୁ ୭ତାରିଖ ଦୁଇଦିନ ଧରି ଖେଳାଳୀ ଚୟନ ଶିବିର ଅନୁଷ୍ଠିତ ହୋଇଥିଲା। ଏଥିରେ କେନ୍ଦ୍ରାପଡା ଆଥଲେଟିକ ଆସୋସିଏସନ ପକ୍ଷରୁ ୧୪ରୁ […]

କେନ୍ଦ୍ରାପଡ଼ା,୮ା୯: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଧିନ ଭେଣ୍ଡିଂ ଜୋନ କ୍ୟାବିନରେ ବୋଧଗାଁର ଝିଅ ବନିତା ରାଉତ ବିଭତ୍ସ ହତ୍ୟା ଘଟଣାର ପ୍ରତିବାଦରେ ସୋମବାର ଜିଲାପାଳଙ୍କ ଅଫିସ ସମ୍ମୁଖରେ ଏକ ଗଣଧାରଣା ଅନୁଷ୍ଠିତ ହୋଇଯାଇଛି। ପୋଲିସିର ନିଷ୍କ୍ରିୟତା ଓ ପକ୍ଷପାତିତା, ଦୋଷୀମାନଙ୍କୁ ଘଣ୍ଟ ଘୋଡାଇବା, ମୃତ ବନିତାଙ୍କ ବିରୁଦ୍ଧରେ ପୋଲିସର ବୟାନ ବାଜି ଏବଂ ପୋଲିସର ତଦନ୍ତ ଉପରେ ସନ୍ଦେହ ପ୍ରକାଶ କରିବା ସହିତ ଘଟଣାର କ୍ରାଇମବ୍ରାଞ୍ଚ ତଦନ୍ତ […]