କୋରୋ ପିଏମଶ୍ରୀ ଉଚ୍ଚ ବିଦ୍ୟାଳୟରେ ସାଂସଦ କ୍ରୀଡା ଉଦଯାପିତ



କେନ୍ଦ୍ରାପଡ଼ା,୨୦ା୧୧:ପିଏମଶ୍ରୀ କୋରୋ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ମିନି ଷ୍ଟାଡିୟମରେ ୫ନଂ ଜୋନ ସ୍ତରୀୟ ସାଂସଦ କ୍ରୀଡା ମହୋତ୍ସବ ଉଦଯାପିତ ହେଇଯାଇଛି। ବିଦ୍ୟାଳୟର ପ୍ରଧାନଶିକ୍ଷକ ସୋମନାଥ ମହାପାତ୍ରଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କ୍ରୀଡା ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ବିଜେପି ଜିଲ୍ଲା ସଭାପତି ଶଶାଙ୍କ ଶେଖର ସେଠୀ,ପୂର୍ବତନ ଜିଲ୍ଲା ପରିଷଦ ସଭାପତି ଗୀତାଞ୍ଜଳି ସେଠୀ, ଇନ୍ଦୁପୁର ମଣ୍ଡଳ ବିଜେପି ସଭାପତି ନିହାର ରଞ୍ଜନ ମହାନ୍ତି, ସାଂସଦ ଖେଳ ମହୋତ୍ସବର ଜିଲ୍ଲା ସଂଯୋଜକ ଅମିତାଭ ସୁଆର, ପୂର୍ବତନ ମଣ୍ଡଳ ସଭାପତି ଶଶାଙ୍କ ଶେଖର ଓଝା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ। କ୍ରୀଡାର ଦ୍ୱିତୀୟ ଦିବସରେ କବାଡି ଓ ଭଲିବଲ ପ୍ରତିଯୋଗିତାରେ ପିଲାମାନେ ତାଙ୍କ କ୍ରୀଡା ନୈପୂଣ୍ୟ ପ୍ରଦର୍ଶନ କରିଥିଲେ। ଖେଳ ଶେଷରେ କୃତୀ ପ୍ରତିଯୋଗୀମାନଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା। ଜୋନରେ ବିଭିନ୍ନ ବିଦ୍ୟାଳୟରୁ ଆସିଥିବା ଶାରୀରିକ ଶିକ୍ଷକମାନେ ଖେଳକୁ ପରିଚାଳନା କରିବା ସହ ବିଦ୍ୟାଳୟର ସମସ୍ତ ଶିକ୍ଷକମାନେ ଏଥିରେ ସହଯୋଗ କରିଥିଲେ।