ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ



କେନ୍ଦ୍ରାପଡ଼ା,୨୩ା୧: ବାଲିଆସ୍ଥିତ ମାଧ୍ୟମିକ ଶିକ୍ଷକ ପ୍ରଶିକ୍ଷଣ ବିଦ୍ୟାଳୟର ପୂର୍ବତନ ଛାତ୍ରଛାତ୍ରୀମାନଙ୍କ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ଉପଲକ୍ଷେ କେନ୍ଦ୍ରାପଡା ସହର ଉପକଣ୍ଠ ସୁଜାନଗରସ୍ଥିତ ପ୍ରସନ୍ନ କୁମାର ବେହେରାଙ୍କ ବାସଭବନରେ ଅନୁଷ୍ଠିତ ଉତ୍ସବରେ ପ୍ରାକ୍ତନ ଗୁରୁଜୀ ନିଳମଣି ସ୍ୱାଇଁ ଅତିଥି ଭାବେ ଯୋଗଦେଇ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଏହାକୁ ଉଦଘାଟନ କରିଥିଲେ। ଏଥିରେ ଅଭିମନ୍ୟୁ କର ପୈାରହିତ୍ୟ କରିଥିଲେ। ନେତାଜୀ ସୁବାଷ ଚନ୍ଦ୍ର ବୋଷଙ୍କ ଫଟୋଚିତ୍ରରେ ସାମୁହିକ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ନେତାଜୀଙ୍କ ଦେଶପ୍ରେମ ଓ ଜୀବନାଦର୍ଶ ଉପରେ ଆଲୋଚନା କରାଯାଇଥିଲା।ଏହି ଅବସରରେ ଗୁରୁଜୀ ଶ୍ରୀ ସ୍ୱାଇଁଙ୍କୁ ପୁଷ୍ପଗୁଛ, ଉତ୍ତରୀୟ ଓ ଶାଲ ପ୍ରଦାନ କରାଯାଇ ସମ୍ମାନିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ସଦାନନ୍ଦ ସାହୁ, ପ୍ରଶନ୍ନ କୁମାର ବେହେରା, ଅଶୋକ କୁମାର ମହାପାତ୍ର, ସନାତନ ସାମଲ, ଜନାର୍ଦ୍ଦନ ଦାଶ, ପ୍ରଭାତୀ ପରିଡା, ଗୈାରାଙ୍ଗ ସାମଲ, ରବିନ୍ଦ୍ର ମଲିକ ପ୍ରମୁଖ ଉପସ୍ଥିତ ଥିଲେ। ଶେଷରେ ସୂର୍ଯ୍ୟମଣି ଦଳାଇ ଧନ୍ୟବାଦ ଅର୍ପଣ କରିଥିଲେ।


Next Post

ଜାତୀୟ ସ୍ତରୀୟ ଅବଦୁଲ କରିମଖାନ ମେମୋରିଆଲ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟଉଦଘାଟିତ

Sat Jan 24 , 2026
କେନ୍ଦ୍ରାପଡା,୨୩ା୧: ଜାତୀୟ ସ୍ତରୀୟ ଷଷ୍ଠ ଅବଦୁଲ କରିମ ଖାନ ମେମୋରିଆଲ ଟ୍ରଫି ଫୁଟବଲ ଟୁର୍ଣ୍ଣାମେଣ୍ଟ ଶୁକ୍ରବାର ଅପରାହ୍ନରେ ଉଦଘାଟିତ ହୋଇଯାଇଛି। ଫକିରାବାଦ ଲକି ସ୍ପୋଟିଂ କ୍ଲବ ଆନୁକୂଲ୍ୟରେ କେନ୍ଦ୍ରାପଡା ସରକାରୀ ହାଇସ୍କୁଲ ଖେଳପଡିଆରେ କ୍ଲବର ସଭାପତି ମହମ୍ମଦ ସଲିମ ଖାନ୍‌ଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦଘାଟନୀ ଉତ୍ସବରେ ଜିଲ୍ଲାପାଳ ରଘୁରାମ ଆର. ଆୟାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଏହି ଟୁର୍ଣ୍ଣାମେଣ୍ଟକୁ ଉଦଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ପୈାରାଧ୍ୟକ୍ଷା ସରିତା […]

KANIKA