କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର



କେନ୍ଦ୍ରାପଡ଼ା,୯ା୩:ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜିର ଶିବିରରେ ମୋଟ ୧୦୬ଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା। ସେଥି ମଧ୍ୟରୁ ୮୮ଟି ବ୍ୟକ୍ତିଗତ ଏବଂ ୧୮ଟି ସାମୁହିକ ଅଭିଯୋଗ ଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬ ଜଣଙ୍କୁ ୪୫ ହଜାର ଟଙ୍କା ଆର୍ôଥକ ସହାୟତା ପ୍ରଦାନ କରାଯାଇଛି। ୭ ଟି ଅଭିଯୋଗର ତୁରନ୍ତ ସମାଧାନ ହୋଇଥିଲା। ପଞ୍ଜିକୃତ ଅଭିଯୋଗଗୁଡିକର ତୁରନ୍ତ ସମାଧାନ କରିବାକୁ ଜିଲ୍ଲାପାଳ ସମସ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ଜିଲ୍ଲାପାଳ ପୂର୍ବ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ପଞ୍ଜିକୃତ ହୋଇଥିବା ଅଭିଯୋଗଗୁଡିକର ସମୀକ୍ଷା କରିଥିଲେ। ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ, ଜିଲ୍ଲାପାଳ ରଘୁରାମ ଆର. ଆୟର, ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ,ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅଜାମ୍ବର ମହାନ୍ତି, ଅତିରିକ୍ତ ଜିଲ୍ଲାପାଳ ନବକ୍ରିଷ୍ଣ ଜେନା, ଉପ ଜିଲ୍ଲାପାଳ ଅରୁଣ କୁମାର ନାୟକ, ଉପଖଣ୍ଡ ଆରକ୍ଷୀ ଅଧିକାରୀ ଜ୍ୟୋତିରଞ୍ଜନ ଗୌଡ, କେନ୍ଦ୍ରାପଡ଼ା ବିଡିଓ ଅଭିଷେକ ସ୍ୱାଇଁ, କେନ୍ଦ୍ରାପଡ଼ା ତହସିଲଦାର କୁଇନ ଜେନା, ଡେପୁଟି କଲେକ୍ଟର ସରୋଜ କୁମାର ବେହେରା (ସାଧାରଣ ଓ ବିବିଧ ବିଭାଗ)ଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ ଓ ଲାଇନ ଡିପାର୍ଟମେଣ୍ଟର ଯନ୍ତ୍ରୀମାନେ ଉପସ୍ଥିତ ଥିଲେ। ପ୍ରକାଶଥାଉ କି ଆସନ୍ତା ୧୬ ତାରିଖରେ ପଟ୍ଟାମୁଣ୍ଡାଇ, ୨୩ ତାରିଖରେ ରାଜକନିକା ଓ ୩୦ ତାରିଖରେ ମାର୍ଶାଘାଇ ବ୍ଲକ କାର୍ଯ୍ୟାଳୟରେ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ।


Next Post

ତୁଳସୀ ମହିଳା କଲେଜରେ ଆନ୍ତର୍ଜାତୀୟ ମହିଳା ଦିବସ

Mon Mar 9 , 2026
କେନ୍ଦ୍ରାପଡ଼ା,୯ା୩:ତୁଳସୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ. ବାସନ୍ତୀ ଶୁକ୍ଳାଙ୍କ ସଭାପତିତ୍ୱରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି। ନାରୀ ସଶକ୍ତିକରଣ ସମ୍ପର୍କରେ ଅଧ୍ୟକ୍ଷା ଡ. ଶୁକ୍ଳା ଏକ ସାରଗର୍ଭକ ଅଭିଭାଷଣ ପ୍ରଦାନ କରିଥିଲେ। ନାରୀ ନିଜର ଆତ୍ମବିଶ୍ୱାସ, ସାହସ ଓ କାର୍ଯ୍ୟଦକ୍ଷତା ମାଧ୍ୟମରେ ସଫଳତା ପାଇପାରିବ ବୋଲି ସେ ମତବ୍ୟକ୍ତ କରିଥିଲେ। ଓଡିଆ ବିଭାଗ ମୁଖ୍ୟ ପ୍ରାଧ୍ୟାପିକା ଡ. ଏଲୋରା କବି ନାରୀମାନେ ସୁରକ୍ଷିତ ହେଲେ ସମଗ୍ର ସମାଜର ଉନ୍ନତି […]

KANIKA