ମଣ୍ଡିରେ ଧାନ ସଂଗ୍ରହ ପାଇଁ ସମୀକ୍ଷା ବୈଠକ



କେନ୍ଦ୍ରାପଡ଼ା,୧୦ା୩:ଆଜି ସନ୍ଧ୍ୟାରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ୨୦୨୫–୨୬ ଖରିଫ ବର୍ଷର ଧାନ ସଂଗ୍ରହ ସମ୍ପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ କେନ୍ଦ୍ରାପଡ଼ା ଜିଲ୍ଲା ପାଇଁ ମୋଟ ୧୬,୧୨,୦୦୦ କୁଇଣ୍ଟାଲ ଧାନ ସଂଗ୍ରହର ଲକ୍ଷ୍ୟ ନିର୍ଦ୍ଧାରିତ ହୋଇଥିବା ବେଳେ ଆଜି ସୁଦ୍ଧା ୧୨, ୬୧, ୪୭୩ କୁଇଣ୍ଟାଲ ଧାନ କ୍ରୟ କରାଯାଇଛି। ଏପର୍ଯ୍ୟନ୍ତ ଜିଲ୍ଲାର ୩୭,୩୯୯ ଜଣ ଚାଷୀ ଧାନ ବିକ୍ରୟ କରିସାରିଛନ୍ତି। ଏହି ବର୍ଷ ଜିଲ୍ଲାର ୧୧୮ଟି ସେବା ସମବାୟ ସମିତି ଅଧୀନରେ ୧୨୨ଟି ମଣ୍ଡି ମାଧ୍ୟମରେ ଧାନ ସଂଗ୍ରହ କାର୍ଯ୍ୟ ଚାଲୁ ରହିଛି ଏବଂ ଏହା ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଚଳିତ ବର୍ଷ ଜିଲ୍ଲାର ୨୯ ଜଣ କଷ୍ଟମ ମିଲର ଧାନ ସଂଗ୍ରହ ପ୍ରକ୍ରିୟାରେ ଅଂଶଗ୍ରହଣ କରିଛନ୍ତି। ବୈଠକରେ ଧାନ ସଂଗ୍ରହ ପ୍ରକ୍ରିୟାକୁ ସୁଚାରୁ ଓ ସମୟୋପଯୋଗୀ ଭାବେ ସମ୍ପନ୍ନ କରିବା ପାଇଁ ସମ୍ପୃକ୍ତ ଅଧିକାରୀମାନଙ୍କୁ ଜିଲ୍ଲାପାଳ ଆବଶ୍ୟକ ନିର୍ଦ୍ଦେଶ ଦେଇଛନ୍ତି।


Next Post

ଶ୍ରୀ ସ୍ୱୟଂପ୍ରଭା ଗଣବିବାହ ସେବା ସମିତି ପକ୍ଷରୁ ଆଦର୍ଶ ବିବାହ ଆୟୋଜନ

Wed Mar 11 , 2026
ପଟ୍ଟାମୁଣ୍ଡାଇ ୧୦/୩ – ଓଡ଼ିଶା ସରକାର କନ୍ୟା ବିବାହ ଯୋଜନା ଅଧୀନରେ ବିବାହ ପାଇଁ ଆର୍ôଥକ ସହାୟତା ଯୋଗାଇ ଦେଉଛନ୍ତି। ଏଥିନେଇ କନ୍ୟାକୁ ୫୧ ହଜାର ସହାୟତା ରାଶି ସିଧାସଳଖ ବ୍ୟାଙ୍କଖାତାକୁ ପ୍ରଦାନ କରାଯାଉଛି। ହେଲେ ପଟ୍ଟାମୁଣ୍ଡାଇ ଅଂଚଳର ଏକ ସାମାଜିକ ଅନୁଷ୍ଠାନ ଶ୍ରୀ ସ୍ୱୟଂ ପ୍ରଭା ଗଣବିବାହ ସେବା ସମିତି ପକ୍ଷରୁ ଗରିବ ପୁଅ-ଝିଅଙ୍କ ବିବାହ ପାଇଁ ଆର୍ôଥକ ଓ ସାମଗ୍ରୀକ ସହାୟତା ପ୍ରଦାନ କରି ବିବାହ ଆୟୋଜନ, […]

KANIKA