ପଟ୍ଟାମୁଣ୍ଡାଇ ବ୍ଲକର ପୂର୍ବତନ ଅଧ୍ୟକ୍ଷ ବ୍ରହ୍ମାନନ୍ଦ ସାମଲଙ୍କ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା । ସେ ୧୯୮୪-୮୯ ପର୍ଯ୍ୟନ୍ତ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ଭାବେ ଦକ୍ଷତାର ସହ କାର୍ଯ୍ୟ କରିଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ପୁତ୍ର ପୂର୍ବତନ ବ୍ଲକ ଅଧ୍ୟକ୍ଷ ମାନସ ରଞ୍ଜନ ସାମଲ, ମନୋରଞ୍ଜନ ସାମଲ,ଚିତରଞ୍ଜନ ସାମଲ, ରଂଜିତ ରଞ୍ଜନ ସାମଲ ଓ ପୁଷ୍ପ ରଞ୍ଜନ ସାମଲ, ପୁତ୍ର ବଧୂ,ଝିଅ ଜ୍ୱାଇଁ ନାତିନାତୁଣୀ, ବନ୍ଧୁ ଓ ପରିବାରବର୍ଗ ଉପସ୍ଥିତ ଥିଲେ । ମୃତ୍ୟୁ ଖବର ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଶେଷ ଦର୍ଶନ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ତାଙ୍କ ମର ଶରୀରକୁ ଶୋଭାଯାତ୍ରାରେ ନିଆଯାଇ ଗ୍ରାମ ସ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ କରାଯାଇଥିଲା । ଜ୍ୟେଷ୍ଠ ପୁତ୍ର ମନୋରଞ୍ଜନ ସାମଲ ମୁଖାଗ୍ନି ଦେଇଥିଲେ ।