BSKY ନେଇ ଦ୍ୱନ୍ଦ୍ୱ ସୃଷ୍ଟି ନ ହେଉ, ଚିକିତ୍ସା ଜାରି ରହୁ: ବିଜେପି


BBSR,୫।୬ ରାଜ୍ୟରେ ବିଜେପିକୁ ବହୁମତ ମିଳିବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା(BSKY)କୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ବିଭିନ୍ନ ମେଡିକାଲରେ BSKY କାର୍ଡ ବନ୍ଦ ହୋଇଯାଇଥିବା କହି ଏହାକୁ ଗ୍ରହଣ କରୁ ନଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ସ୍ପଷ୍ଟୀକରଣ ରଖିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଗତ କାଲି ଫଳାଫଳ ପ୍ରକାଶ ପାଇବା ପରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (BSKY)କୁ ନେଇ ଅନେକ ଅଭିଯୋଗ ସାମ୍ନାକୁ ଆସୁଛି। ରାଜ୍ୟର କିଛି ଘରୋଇ ହସପିଟାଲ ଗୁଡିକ BSKY କାର୍ଡ ବନ୍ଦ ହୋଇଗଲା କହି ଚିକିତ୍ସା ଯୋଗାଇ ନଦେଇ ରୋଗୀମାନଙ୍କୁ ଫେରାଇ ଦେଉଛନ୍ତି ବୋଲି ବିଭିନ୍ନ ଗଣମାଧ୍ୟରେ ଅଭିଯୋଗ ଆସୁଛି। ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି।ରୋଗୀ ଓ ରୋଗର କୈାଣସି ଜାତି, ଧର୍ମ ଓ ଦଳ ନାହିଁ। ସାଧାରଣ ନାଗରିକଙ୍କୁ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପ୍ରତ୍ୟେକ ସରକାରର ପ୍ରାଥମିକତା। ସରକାର ପରିବର୍ତନ ଏକ ନିରନ୍ତର ପ୍ରକ୍ରିୟା। ଏହି ଆଳରେ ଲୋକଙ୍କ ମନରେ ଦ୍ୱନ୍ଦ ସୃଷ୍ଟି କରାଯାଇ ଚିକିତ୍ସା ସେବାରୁ ବଂଚିତ ରଖାଯିବା ହେଉଛି ଏକ ସାମାଜିକ ଏବଂ ବୈଧାନିକ ଅପରାଧ। ଏଭଳି ସାମାଜିକ ଅପରାଧରୁ କ୍ଷାନ୍ତ ରହି ରୋଗୀମାନଙ୍କୁ ଉପଯୁକ୍ତ ଏବଂ ଉନ୍ନତମାନର ସେବା ଓଡିଶାବାସୀଙ୍କୁ ଯୋଗାଇ ଦେବା ପାଇଁ କହିବା ସହିତ ପ୍ରଶାସନ ଏଭଳି ମିଥ୍ୟା ଗୁଜବ ପ୍ରତି ସତର୍କ ଦୃଷ୍ଟି ରଖିବାକୁ ସାମଲ କହିଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ ସରକାର ପରିବର୍ତ୍ତନ ହେବା ପରେ BSKY କାର୍ଡ କାର୍ଯ୍ୟକାରୀ ହେବ କି ନାହିଁ ଏପର୍ଯ୍ୟନ୍ତ ପ୍ରଶାସନ ପକ୍ଷରୁ କୌଣସି ସ୍ପଷ୍ଟତା ଆସିନାହିଁ। ଅଭିଯୋଗ ହେଉଛି ଯେ BSKY ରେ ଚିକିତ୍ସା କରିବାକୁ ମନା କରିଦେଉଛନ୍ତି ମେଡ଼ିକାଲ କର୍ତ୍ତୃପକ୍ଷ। ଏପରିକି ମେଡ଼ିକାଲ କର୍ତ୍ତୃପକ୍ଷ BSKY ଗ୍ରହଣ ନକରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।ତେଣୁ ଯାହା ଆଶା କରାଯାଉଛି ସରକାରଙ୍କ ତରଫରୁ କୌଣସି ସ୍ପଷ୍ଟତା ନଆସିବା ପର୍ଯ୍ୟନ୍ତ ଏବଂ ଆୟୁସ୍ମାନ ଯୋଜନା ଲାଗୁହେବା ପର୍ଯ୍ୟନ୍ତ ଏହାକୁ ଚାଲୁ କରାଯାଉ। ତେବେ ଅଯଥାରେ ଲୋକ ହଇରାଣ ନ ହୁଅନ୍ତୁ ବୋଲି ସାଧାରଣରେ ଦାବି ଉଠିଲାଣି।


Discover more from

Subscribe now to keep reading and get access to the full archive.

Continue reading