
BBSR- 6/6-ରାଜ୍ୟରେ BSKY ଯୋଜନାକୁ ନେଇ ଚାଲିଥିବା ଦ୍ୱନ୍ଦ୍ୱକୁ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଦୂର କରିଛନ୍ତି । ଗୁରୁବାର ସେ ଏକ ଭିଡିଓ ଜାରି କରି ସ୍ପଷ୍ଟ କହିଛନ୍ତି ଯେ, BSKY ଯୋଜନା ଚାଲୁ ରହିଛି। ଏହି ଯୋଜନାରେ ରୋଗୀଙ୍କ ଚିକିତ୍ସା ଅବ୍ୟାହତ ରହିଛି। ବିଏସ୍କେଓ୍ବାଇ ହିତାଧିକାରୀଙ୍କୁ ହସ୍ପିଟାଲଗୁଡ଼ିକ ଅବହେଳା କରିପାରିବେ ନାହିଁ କି ଡିସ୍ଚାର୍ଜ କରିପାରିବେ ନାହିଁ। BSKY କାର୍ଡ ପାଇଁ ରୋଗୀଙ୍କୁ ମଧ୍ୟ ଫେରାଇବେ ନାହିଁ। ନୂଆ ନିଷ୍ପତ୍ତି ନ ଆସିବା ଯାଏ ଏହି ସେବା ବଳବତ୍ତର ରହିବ। କିଛି ଅସୁବିଧା ହେଲେ ହେଲ୍ପଲାଇନ୍ ନମ୍ବର ୧୦୪ରେ ଜଣାଇ ପାରିବେ। କୌଣସି ହସ୍ପିଟାଲ ଅବହେଳା କଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ସେ କହିଛନ୍ତି।










