ବିଭାଗ ବାଣ୍ଟିଲେ ରାଜ୍ୟ ସରକାର:


ଭୁବନେଶ୍ୱର-୧୫/୦୬:-ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ରାଜ୍ୟରେ ପ୍ରଥମ ବିଜେପି ସରକାର ଗଠନ ହେବାର ୩ ଦିନ ପରେ ଆଜି ମନ୍ତ୍ରୀମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ରଖିଛନ୍ତି । ସରକାରିଆ କମିଶନର ପ୍ରାବଧାନ ଅନୁସାରେ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ମୋଟ ୨୨ଜଣ(ବିଧାନସଭା ସଦସ୍ୟଙ୍କ ୧୫ପ୍ରତିଶତ) ରହିବାର ବ୍ୟବସ୍ଥା ଥିଲେ ମଧ୍ୟ ବିଜେପି ନିଜର ମନ୍ତ୍ରିମଣ୍ଡଳର ସଂଖ୍ୟାକୁ ୧୬ଜଣଙ୍କ ମଧ୍ୟରେ ସୀମିତ ରଖିଛି । ମୁଖ୍ୟମନ୍ତ୍ରୀଙ୍କ ପାଖରେ ଥିବା ୬ଟି ବିଭାଗକୁ ନିକଟ ଭବିଷ୍ୟତରେ ଆଉ କିଛି ମନ୍ତ୍ରୀଙ୍କୁ ସାମିଲ କରି ଅନ୍ୟ କାହାକୁଆବଣ୍ଟନ କରାଯାଇପାରେ ବୋଲି ଜଣାପଡ଼ିଛି ।ରାଜଭବନ ପକ୍ଷରୁ ଜାରି ନିର୍ଦ୍ଦେଶନାମା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶରେ ରାଜ୍ୟପାଳ ରଘୁବର ଦାସ ଆଜି ନିଜ କ୍ଷମତାର ଉପଯୋଗ କରି ମନ୍ତ୍ରୀମାନଙ୍କୁ ବିଭାଗ ଆବଣ୍ଟନ କରିଛନ୍ତି । ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ନିଜ ପାଖରେ ଗୃହ, ଅର୍ଥ, ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, ସୂଚନା ଓ ଲୋକସମ୍ପର୍କ, ଜଳସମ୍ପଦ, ଯୋଜନା ଓ ସଂଯୋଜନ ସହ କାହାରିକୁ ଆବଣ୍ଟିତ ହୋଇନଥିବା ବିଭାଗକୁ ନିଜ ପାଖରେ ରଖିଛନ୍ତି । ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ କୃଷି ଓ କୃଷକ ସଶକ୍ତିକରଣ ସହ ଶକ୍ତି ବିଭାଗ ଏବଂ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ମହିଳା ଓ ଶିଶୁବିକାଶ, ମିଶନଶକ୍ତି ଓ ପର୍ଯ୍ୟଟନ ବିଭାଗ ଦାୟିତ୍ୱ ମିଳିଛି ।

ନିତ୍ୟାନନ୍ଦ ଗଣ୍ଡ -ସ୍କୁଲ ଓ ଗଣଶିକ୍ଷା, ଅନୁସୂଚିତ ଜାତିଜନଜାତି-ସଂଖ୍ୟାଲଘୁ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ , ପୃଥ୍ୱୀରାଜ ହରିଚନ୍ଦନ – ଆଇନ, ପୂର୍ତ୍ତ ଓ ଅବକାରୀ, କୃଷ୍ଣଚନ୍ଦ୍ର ମହାପାତ୍ର-ଗୃହନିର୍ମାଣ ଓ ନଗର ଉନ୍ନୟନ, ସାଧାରଣ ଉଦ୍ୟୋଗ, ମୁକେଶ ମହାଲିଙ୍ଗ-ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ,ସଂସଦୀୟ ବ୍ୟାପାର, ଇଲେକ୍ଟ୍ରୋନିକ୍ସ ଆଣ୍ଡ ଆଇଟି, ପ୍ରଦୀପ ବଳ ସାମନ୍ତ-ସମବାୟ, ହସ୍ତତନ୍ତ-ବୟନଶିଳ୍ପଓ ହସ୍ତଶିଳ୍ପ,ଗୋକୁଳାନନ୍ଦ ମଲ୍ଲିକ- ମତ୍ସ୍ୟ ଓ ପଶୁସମ୍ପଦ ବିକାଶ, ଏମଏସଏମଇ, ସୁରେଶ ପୂଜାରୀ- ରାଜସ୍ୱ ଓ ବିପର୍ଯ୍ୟୟ, ରବିନାରାୟଣ ନାଏକ-ଗ୍ରାମ୍ୟ ଉନ୍ନୟନ, ପଂଚାୟତିରାଜ ଓ ପାନୀୟ ଜଳ, କୃଷ୍ଣଚନ୍ଦ୍ର ପାତ୍ର-ଖାଦ୍ୟ ଯୋଗାଣ ଓ ଖାଉଟି ବ୍ୟାପାର, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ଗଣେଶରାମ ସିଂ ଖୁଣ୍ଟିଆ-ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ , ଶ୍ରମ ଓ କର୍ମଚାରୀ ରାଜ୍ୟ ବୀମା, ସୂର୍ଯ୍ୟବଂଶୀ ସୂରଜ-ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବବ୍ୟାପାର, ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି , ସମ୍ପଦ ଚନ୍ଦ୍ର ସ୍ୱାଇଁ-ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା


Next Post

ରଜ ମହୋତ୍ସବର ଉଦ୍‌ଯାପନୀ ସନ୍ଧ୍ୟାରେ ଗଣେଶ୍ୱରଙ୍କ ରଜ ମାହାତ୍ମ୍ୟରେ ଦର୍ଶନ ବିଭୋର

Sun Jun 16 , 2024
  କେନ୍ଦ୍ରାପଡା, ୧୬/୬: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମର ପ୍ରସିଦ୍ଧ ଦକ୍ଷିଣକାଳୀ ମନ୍ଦିର ପରିସରରେ ଜିଲ୍ଲାର ଅଗ୍ରଣୀ ସାଂସ୍କୃତିକ ସଂଗଠନ ବାଗ୍‌ଦେବୀ କଳାମନ୍ଦିର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ରଜ ମହୋତ୍ସବ-୨୦୨୪ ମହାସମାରୋହରେ ଉଦ୍‌ଯାପିତ ହୋଇଯାଇଛି । ସଂଗୀତ ନିର୍ଦ୍ଦେଶକ ସତ୍ୟପ୍ରିୟ ଦାସଙ୍କ ପୌରହିତ୍ୟରେ ମୁଖ୍ୟଅତିଥି ଭାବେ କେନ୍ଦ୍ରାପଡାରୁ ନବନିର୍ବାଚିତ ବିଧାୟକ ଗଣେଶ୍ୱର ବେହେରା, ମୁଖ୍ୟବକ୍ତା ଭାବେ କେନ୍ଦ୍ରାପଡାର ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର, ଭୁବନେଶ୍ୱରର ବିଶିଷ୍ଟ ପରିବେଶବିତ୍ ଶରତ ପଟ୍ଟନାୟକ, […]

KANIKA