ଉତ୍କଳ ସନ୍ତାନ ସମ୍ମାନ ପାଇଲେ ଶିକ୍ଷକ ମନସୁର ଅଲ୍ଲୀ


କେନ୍ଦ୍ରାପଡ଼ା,୧୭ା୭: କେନ୍ଦ୍ରାପଡା ପୈାରାଞ୍ଚଳ ଅନ୍ତର୍ଗତ ଫକିରାବାଦ୍ ଉର୍ଦ୍ଧୁ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେକ ମନସୁର ଅଲ୍ଲୀଙ୍କୁ ଉତ୍କଳ ସନ୍ତାନ ସମ୍ମାନ ପ୍ରଦାନ କରାଯାଇଛି । ରାଜ୍ୟ କଳା ଗବେଷଣା ଓ ପ୍ରଶିକ୍ଷଣ ପରିଷଦ ପକ୍ଷରୁ କଟକସ୍ଥିତ କଳାବିକାଶ କେନ୍ଦ୍ରରେ ଅନୁଷ୍ଠିତ ଏକ ଉତ୍ସବରେ ଓଡିଶା ଉଚ୍ଚନ୍ୟାୟାଳୟର ଅବସରପ୍ରାପ୍ତ ନ୍ୟାୟାଧୀଶ ଏ.ଏସ. ନାଇଡୁ, ପୂର୍ବତନ ମୁଖ୍ୟମନ୍ତ୍ରୀ ଗିରିଧର ଗମାଙ୍ଗ, ପୂର୍ବତନ ଲୋକପାଳ ବିଭୂ ପ୍ରସାଦ ପରିଡା, କଟକ- ବାରବାଟୀର ନବ ନିର୍ବାଚିତ ବିଧାୟିକା ସୋଫିଆ ଫିରଦୋସ, ପୂର୍ବତନ ବିଧାୟକ ଦେବୀ ପ୍ରସାଦ ମିଶ୍ର ପ୍ରମୁଖ ଅତିଥି ଭାବେ ଯୋଗଦେଇ ଶିକ୍ଷକ ସେକ ଅଲ୍ଲୀଙ୍କୁ ପୁରସ୍କାର ସ୍ୱରୂପ ମାନପତ୍ର, ଉତ୍ତରୀୟ ଓ ପୁଷ୍ପଗୁଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ । ଆଦର୍ଶ ଶିକ୍ଷକ ସେକ ଅଲ୍ଲୀଙ୍କୁ ଶିକ୍ଷା କ୍ଷେତ୍ରରେ ନିଷ୍ଠାପର ଉଦ୍ୟମ ଓ ନିରନ୍ତର ସାଧନା ନିମନ୍ତେ ଏହି ସମ୍ମାନ ପ୍ରଦାନ କରାଯାଇଛି ।


Next Post

ଏମ ଏନ ହାଇସ୍କୁଲ ୧୯୭୮ ବ୍ୟାଚ ବନ୍ଧୁମିଳନ , ଶିକ୍ଷାନୁଷ୍ଠାନ ବିକାଶ ପାଇଁ ଶପଥ

Tue Jun 18 , 2024
ପଟ୍ଟାମୁଣ୍ଡାଇ ତା ୧୭/୬-ପଟ୍ଟାମୁଣ୍ଡାଇ ଅଂଚଳର ସର୍ବପୁରାତନ ସରକାରୀ ଶିକ୍ଷାନୁଷ୍ଠାନ ଏମ ଏନ ହାଇସ୍କୁଲର ୧୯୭୮ମାଟ୍ରିକ ବ୍ୟାଚ ବନ୍ଧୁମିଳନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।  ପ୍ରାକ୍ତନ ଅଧ୍ୟାପକ ବିରଜାନନ୍ଦ ମହାନ୍ତିଙ୍କ ପୌରହିତ୍ୟରେ ଆୟୋଜିତ ଗୁରୁ ପୂଜନ ଓ ବନ୍ଧୁମିଳନ ଉତ୍ସବରେ ପୁରାତନ ଶିକ୍ଷକ ଖଗେଶ୍ୱର ପରିଡା, ପରୀକ୍ଷିତ ରାୟ,କୃଷ୍ଣ ଚନ୍ଦ୍ର ପଣ୍ଡା ଓ ଗୋପାଳ ଚନ୍ଦ୍ର ଦାଶ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏମ ଏନ ହାଇସ୍କୁଲର ଗୌରବମୟ […]