ଜିଲ୍ଲାପାଳଙ୍କ ବିଦାୟକାଳୀନ ସମ୍ବର୍ଦ୍ଧନା


କେନ୍ଦ୍ରାପଡ଼ା, ୯ା୮: ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶଙ୍କୁ ଆଜି ବିଦାୟକାଳୀନ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନିକ ଅଧିକାରୀ ଓ କଲେକ୍ଟୋରେଟ ଷ୍ଟଫ କମିଟି ପକ୍ଷରୁ ଜିଲ୍ଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ ଜିଲ୍ଲା ସ୍ତରୀୟ ଅଧିକାରୀ ଓ ଷ୍ଟାଫ କମିଟିର ସଦସ୍ୟମାନେ ଯୋଗଦେଇ ଜିଲ୍ଲାପାଳଙ୍କ ସ୍ୱଳ୍ପ କାର୍ଯ୍ୟକାଳ ସମୟର ମଧୁର ସ୍ମୃତିଚାରଣ କରିବା ସହ ବିକାଶ ମୂଳକ କାର୍ଯ୍ୟର ଅଗ୍ରଗତି ପାଇଁ ଜିଲ୍ଲାପାଳ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ ବୋଲି ଅଧିକାରୀମାନେ ମତବ୍ୟକ୍ତ କରିଥିଲେ। ୨୦୧୮ବ୍ୟାଚର ଓଡିଶା କ୍ୟାଡରର ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ଶ୍ରୀ ମୟୁର ବିକାଶ ସମ୍ବଲପୁରର ଉପଜିଲ୍ଲାପାଳ ପରେ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର ଭାବେ କାର୍ଯ୍ୟ କରିଥିବା ବେଳେ ଜିଲ୍ଲାପାଳ ଭାବେ କେନ୍ଦ୍ରାପଡାରେ କାର୍ଯ୍ୟ କରି ଲୋକପ୍ରିୟତା ଅର୍ଜ୍ଜନ କରିଥିଲେ। ସେ ଏବେ ବାଲେଶ୍ୱର ଜିଲ୍ଲାପାଳ ଭାବେ ଯୋଗଦାନ କରିବେ। ଶ୍ରୀ ମୟୁର ବିକାଶ ଗତ ୨୦୨୩ମସିହା ଜାନୁଆରୀମାସ ୩୦ତାରିଖରେ ଏଠାରେ ଜିଲ୍ଲାପାଳ ଭାବେ ଯୋଗଦେଇଥିଲେ। ବିଦାୟକାଳୀନ ସମ୍ବର୍ଦ୍ଧନା ସଭାରେ ଉପଜିଲ୍ଲାପାଳ ରବିନ୍ଦ୍ର କୁମାର ପ୍ରଧାନ, ଡେପୁଟୀ କଲେକ୍ଟର, ଜିଲ୍ଲାସ୍ତରୀୟ ଅଧିକାରୀ, ସମସ୍ତ ବିଡିଓ, ତହସିଲଦାର, ଷ୍ଟଫ କମିଟିର କର୍ମକର୍ତ୍ତା, ସଦସ୍ୟ, ଭାରପ୍ରାପ୍ତ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶୋକ ବଳିଆରସିଂହ ପ୍ରମୁଖ ଉପସ୍ଥିତ ଥିଲେ। ବିଦାୟୀ ଜିଲ୍ଲାପାଳ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ କର୍ତ୍ତବ୍ୟ ପରାୟଣତା ଓ ସହଯୋଗ ପାଇଁ ଧନ୍ୟବାଦ ଜଣାଇବା ସହ ସମସ୍ତେ ତାଙ୍କ ଚିନ୍ତା ଓ ଚେତନାରେ ରହିବେ ବୋଲି ମତ ପ୍ରକାଶ କରିଥିଲେ।


Discover more from

Subscribe now to keep reading and get access to the full archive.

Continue reading