ଜନ୍ମାଷ୍ଟମୀରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କଲେ ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ : ପଟ୍ଟାମୁଣ୍ଡାଇ ସରସ୍ୱତୀ ଶିଶୁ ମନ୍ଦିରରେ ଜନ୍ମାଷ୍ଟମୀ ପାଳନ



କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରପାଳିକା ଅନ୍ତର୍ଗତ ପହରାଜପୁରସ୍ଥିତ ସରସ୍ୱତୀ ଶିଶୁ ମନ୍ଦିରରେ ଶ୍ରୀକୃଷ୍ଣଙ୍କ ଜନ୍ମାଷ୍ଟମୀ ମହାଆଡମ୍ବର ସହ ସୋମବାର ପାଳିତ ହୋଇଯାଇଛି। ଶିଶୁମନ୍ଦିର ପରିଚାଳନା କମିଟି ଉପସଭାପତି ସୁଜାତା ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅବସର ପ୍ରାପ୍ତ ପ୍ରଧାନ ଶିକ୍ଷକ ତ୍ରୈଲୋକ୍ୟ ପ୍ରସାଦ ମିଶ୍ର ଯୋଗଦେଇ ବିଷ୍ଣୁଙ୍କର ଅବତାରୀ ପୁରୁଷ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମଦିନକୁ ହିନ୍ଦୁମାନେ ଜନ୍ମାଷ୍ଟମୀ ରୂପେ ପାଳନ କରିଥାନ୍ତି । ଏହା ହିନ୍ଦୁ ପଞ୍ଜିକା ଅନୁସାରେ ଭାଦ୍ରବ ମାସ କୃଷ୍ଣ ପକ୍ଷ ଅଷ୍ଟମୀ ତିଥିରେ ପାଳନ କରାଯାଏ । ଏଇ ଦିନ ଲଗ୍ନରେ ରୋହିଣୀ ନକ୍ଷତ୍ର ରହିଥାନ୍ତି । ଏହା ଗ୍ରେଗୋରିଆନ (ଇଂରାଜୀ) କ୍ୟାଲେଣ୍ଡରରେ ସର୍ବଦା ଅଗଷ୍ଟ ୧୫ରୁ ସେପ୍େଟମ୍ବର ୧୫ ଭିତରେ ହିଁ ଆସିଥାଏ । ଭାଦ୍ର କୃଷ୍ଣାଷ୍ଟମୀ ଅର୍ଦ୍ଧରାତ୍ର ସମୟରେ ଜନ୍ମାଷ୍ଟମୀ ହିନ୍ଦୁ ଜଗତରେ ପାଳିତ ହୋଇଥାଏ । ଶ୍ରୀକୃଷ୍ଣ ମାନବ ସମାଜକୁ କର୍ମଯୋଗର ଶିକ୍ଷା ଦେଇଛନ୍ତି । ଶ୍ରୀମଦ୍ଭଗବଦଗୀତାରେ କର୍ମ ଅନୁସାରେ ଫଳ ମିଳିବ ବୋଲି ସେ ଉଲ୍ଲେଖ କରିଛନ୍ତି। ତେଣୁ ଜନ୍ମାଷ୍ଟମୀର ପାଳନ ଅବସରରେ ଜଣେ ପ୍ରକୃତ କର୍ମଯୋଗୀ ହେବାପାଇଁ ଶପଥ ନିଆଯାଇଥାଏ। ଫଳର ଆଶା ନ ରଖି ବିଶ୍ୱର ସେବା କରିବା ହେଉଛି ପ୍ରକୃତ କର୍ମଯୋଗ । ଗୀତାରେ ଶ୍ରୀକୃଷ୍ଣଙ୍କ ପ୍ରଦର୍ଶିତ ପଥ ଅନୁସରଣ କରି ଯେ କେହି ସ୍ଥିତପ୍ରଜ୍ଞ ହୋଇପାରେ । ମହାପୁରୁଷମାନେ ଦେଖାଇଦେଇଥିବା ପଥରେ ଗଲେ ସୁଖ, ଶାନ୍ତି ଓ ସମୃଦ୍ଧିକୁ ସହଜରେ ହାସଲ କରିପାରିବା ନେଇ ମୁଖ୍ୟ ଅତିଥି ମିଶ୍ର ଶିଶୁ ମନ୍ଦିରର ଉପସ୍ଥିତ ଛାତ୍ରୀଛାତ୍ର ମାନଙ୍କୁ ମାର୍ଗ ଦର୍ଶନ କରାଇଥିଲେ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ମୁଖ୍ୟ ଅତିଥି ମିଶ୍ର, ସମେତ ସମ୍ମାନିତ ଅତିଥି ସ୍କୁଲ ପରିଚାଲନା କମିଟି ସଂପାଦକ ଶ୍ରୀଧର ରାଉତ, ମୁଖ୍ୟ ବକ୍ତା ରମେଶ ଦେ ଓ ଅନ୍ୟମାନେ ପ୍ରଦୀପ ପ୍ରଜ୍ୱଳନ ପରେ ଛାତ୍ରୀଛାତ୍ର ମାନେ ଶ୍ରୀ ଭାଗବତ ପାଠ କରିଥିଲା। ଗୁରୁଜି ମୃତ୍ୟୁଞୟ ମଲିକ ସ୍ୱାଗତ ଭାଷନ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ଶ୍ରୀକୃଷ୍ଣଙ୍କର ଜନ୍ମବୃତାନ୍ତ ସମ୍ପର୍କରେ ଅତିଥିମାନେ ବିଷଦ ବର୍ଣ୍ଣନା କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଏକ କୃଷ୍ଣ ବେଶ ପ୍ରତିଯୋଗୀତାର ଆୟୋଜନ କରାଯାଇଥିଲା। ଏଥିରେ ଶିଶୁମନ୍ଦିର ଛାତ୍ରୀଛାତ୍ର କୃଷ୍ଣ ବେସ ପ୍ରତିଯୋଗୀତାରେ ଭାଗ ନେଇଥିଲେ। କୃତି ଛାତ୍ରୀଛାତ୍ରମାନଙ୍କୁ ପୁରଷ୍କାର ପ୍ରଦାନ କରାଯାଇଥିଲା। ଏହି ପର୍ବ ଉତ୍ସାହର ସହ ପାଳନ କରାଯାଇଥିବା ଦେଖିବାକୁ ମିଳିଥିଲା। ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମଟିକୁ ବିଦ୍ୟାଳୟର ଗୁରୁମା ଗୁରୁଜୀ ପରିଚାଳନା କରିଥିଲେ।


Discover more from

Subscribe now to keep reading and get access to the full archive.

Continue reading