କେନ୍ଦ୍ରାପଡ଼ା, ୩/୯ : ରାଜ୍ୟ ସରକାରଙ୍କ ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନ ତରଫରୁ ପୂର୍ବ ବର୍ଷ ଭଳି ଚଳିତବର୍ଷ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ୨୦୨୪ ବ୍ୟବସ୍ଥା ଚୁଡାନ୍ତ କରାଯାଇଛି । ଏହି ଉପଲକ୍ଷେ ଆସନ୍ତା ସେପ୍େଟଟମ୍ବର ୫ତାରିଖ ୨୦୨୪ରେ କେନ୍ଦ୍ରାପଡ଼ା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆରେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ପବିତ୍ର ଗୁରୁଦିବସରେ ଆମ ଜିଲ୍ଲାର ୯ଟି ବ୍ଲକରୁ ୧୦୫୪ଜଣ ମେଧାବୀ ଛାତ୍ରଛାତ୍ରୀଙ୍କୁ ଉକ୍ତ ପୁରସ୍କାର ପ୍ରଦାନ କରାଯିବ । ମେଧାବୀ ଛାତ୍ରଛାତ୍ରୀଙ୍କୁ ଉଚ୍ଚ ଶିକ୍ଷା ପାଇଁ ପ୍ରେରଣା ଯୋଗାଇବା ଏବଂ ଅନ୍ୟମାନଙ୍କୁ ଉତ୍ସାହିତ କରିବା ହେଉଛି ଏହି ଶିକ୍ଷା ପୁରସ୍କାର କାର୍ଯ୍ୟକ୍ରମର ମୂଳ ଲକ୍ଷ୍ୟ । ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହାର ସଫଳ ରୂପାଯନ ନିମନ୍ତେ ଚୂଡ଼ାନ୍ତ ପ୍ରସ୍ତୁତି ହୋଇସାରିଛି । ସମସ୍ତ ବ୍ଲକରୁ ପିଲାମାନଙ୍କୁ ନେବା ଆଣିବା ପାଇଁ ବସର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି । ପିଲାମାନେ ଗୁରୁବାର ସକାଳ ୬.୩୦ ମିନିଟରୁ ସ୍ୱତନ୍ତ୍ର ବସ୍ ଯୋଗେ ନିଜ ବ୍ଲକରୁ ବାହାରି ସକାଳ ଘ.୮.୦୦ରୁ ଘ.୮.୧୫ ମିନିଟ ମଧ୍ୟରେ କେନ୍ଦ୍ରାପଡ଼ା ସ୍ୱଂୟଶାସିତ ମହାବିଦ୍ୟାଳୟ ପଡିଆରେ ପହଁଚିବେ । ପିଲାମାନେ ଯେପରି କଲେଜ ପଡିଆରେ ଠିକ ସମୟରେ ପହଁଚି ପାରିବେ ସେଥି ପାଇଁ ବ୍ଲକ ଶିକ୍ଷା ଅଧିକାରୀ ଓ ସିଆରସିସିମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସଭାସ୍ଥଳୀରେ ଛାତ୍ରଛାତ୍ରୀମାନଙ୍କ ପାଇଁ ସ୍ୱତନ୍ତ୍ରଭାବେ ଟେଣ୍ଟ, ଚେୟାର, ଟିଫିନ, ମଧ୍ୟାହ୍ନ ଭୋଜନ ଓ ପାନୀୟ ଜଳର ବ୍ୟବସ୍ଥା କରାଯାଇଛି । ଏହା ସହିତ ଆମ୍ବୁଲାନ୍ସ ସେବା, ଅଗ୍ନିଶମ ସେବା, ପରିଷ୍କାର ପରିଛନ୍ନତା, ସୁରକ୍ଷା ବ୍ୟବସ୍ଥାର କଡାକଡି ପାଳନ ପାଇଁ ଜିଲ୍ଲାପାଳ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲାରେ ଏହି କାର୍ଯ୍ୟକ୍ରମକୁ ସସକାଳ ଘ.୯.୦ଫଳ କରିବା ପାଇଁ ବିଭିନ୍ନ ପ୍ରଶାସନିକ ଅଧିକାରୀଙ୍କୁ ଜିଲ୍ଲାପାଳ କାର୍ଯ୍ୟରେ ନିୟୋଜିତ କରିଛନ୍ତି । ଏହି ଜିଲ୍ଲାସ୍ତରୀୟ କାର୍ଯ୍ୟକ୍ରମ ୦ରୁ ଘ.୧.୦୦ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ବୋଲି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।