ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ



କେନ୍ଦ୍ରାପଡ଼ା,୭ା୧୦: କେନ୍ଦ୍ରାପଡା ସାନ୍ଧ୍ୟ ସ୍ନାତକ ମହାବିଦ୍ୟାଳୟରେ ଉଚ୍ଚଶିକ୍ଷା ବିଭାଗର ନିର୍ଦ୍ଦେଶକ୍ରମେ ଅଗ୍ନି ନିରାପତ୍ତା ଓ ବିପର୍ଯ୍ୟୟ ପରିଚାଳନାକୁ ନେଇ ଆଜି ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଅଧ୍ୟକ୍ଷା ଆଦ୍ୟାରଶ୍ମି ମହାପାତ୍ରଙ୍କ ନିର୍ଦ୍ଦେଶରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରାପଡା ଜିଲ୍ଲା ଅଗ୍ନିଶମ ବିଭାଗର ଅଧିକାରୀ ଅମ୍ରନ ଗୌରବ ଯୋଗ ଦେଇଥିବା ସହ ଅନ୍ୟ ଅଗ୍ନିଶମ ବିଭାଗର କର୍ମଚାରୀମାନେ ଯୋଗ ଦେଇଥିଲେ । ପ୍ରାରମ୍ଭରେ ଇତିହାସ ବିଭାଗର ବରିଷ୍ଠ ଅଧ୍ୟାପକ ଶିଶିରକାନ୍ତ ମହାପାତ୍ର ସଭାପତିତ୍ୱ କରି ସମ୍ମାନିତ ଅତିଥିଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରିଥିଲେ । ଅଧ୍ୟାପିକା ରୁକ୍ମଣୀ ସାହୁ, ଅଧ୍ୟାପକ ଗୌତମ ଚରଣ ଜେନା, ମୃତ୍ୟୁଞ୍ଜୟ ମହାନ୍ତି, ପ୍ରଶାନ୍ତ କୁମାର ବେହେରା ପ୍ରମୁଖ ଏଥିରେ ଅଂଶଗ୍ରହଣ କରିଥିଲେ । ପ୍ରଥମେ ଅଗ୍ନି ନିରାପତ୍ତା ଓ ବିପର୍ଯ୍ୟୟ ପରିଚାଳନା ଉପରେ ସମ୍ମାନିତ ଅତିଥି ଗୌରବ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କୁ ସଚେତନତା ଉପରେ ବକ୍ତବ୍ୟ ଦେଇଥିବା ବେଳେ ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀ ଅଗ୍ନିଜନିତ ଆସନ୍ନ ଓ ବିପତ୍ତିର ନିରାକରଣ ପାଇଁ କଲେଜ ପରିସରରେ ପ୍ରତ୍ୟେକ୍ଷ ଜ୍ଞାନକୌଶଳ ପ୍ରଦାନ କରିଥିଲେ । ଏହି କାର୍ଯ୍ୟକ୍ରମକୁ ଡ. ଗିରିଜାକାନ୍ତ ଦାସ ପରିଚାଳନା କରିବା ସହ କଲେଜର ସମସ୍ତ କର୍ମଚାରୀ ସହଯୋଗ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ ବହୁସଂଖ୍ୟକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ ।


Discover more from

Subscribe now to keep reading and get access to the full archive.

Continue reading