ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ଉପଲକ୍ଷେ ମିନି ମାରାଥନ


କେନ୍ଦ୍ରାପଡ଼ା, ୨୯ା୧୦: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ବିଭିନ୍ନ ସ୍ଲୋଗାନ୍ ଦେଇ ଏକ ମିନି ମାରାଥନ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମାପନ ହୋଇଥିଲା । ଏହି ମିନି ମାରାଥନକୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ କେନ୍ଦ୍ରାପଡା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ପତାକା ଦେଖାଇ ଉଦ୍‌ଘାଟନ କରିଥିଲେ । ଅତିରିକ୍ତ ଜିଲ୍ଲାପାଳ(ରାଜସ୍ୱ) ନିଲୁ ମହାପାତ୍ର, ଜିଲ୍ଲା କ୍ରୀଡା ଅଧିକାରୀ ଲାକନାଥ ପାଣିଗ୍ରାହୀ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ । ଏହି ମିନି ମାରାଥନରେ ବିଭିନ୍ନ ବିଦ୍ୟାଳୟ, ମହାବିଦ୍ୟାଳୟ ଏବଂ ବିଭିନ୍ନ କ୍ରୀଡା ସଂଗଠନର ଶତାଧିକ ଛାତ୍ରଛାତ୍ରୀମାନେ ଯୋଗ ଦେଇଥିଲେ । ଏଥିସହିତ ଜିଲ୍ଲା ଜରୁରୀକାଳୀନ ବିଭାଗର ସମସ୍ତ ଅଧିକାରୀ ଓ କର୍ମଚାରୀମାନେ ଯୋଗ ଦେଇଥିଲେ ।


Discover more from

Subscribe now to keep reading and get access to the full archive.

Continue reading