ବିଶ୍ୱ ବ୍ରେଲୀ ଦିବସ ପାଳିତ



କେନ୍ଦ୍ରାପଡ଼ା, ୪ା୧: କେନ୍ଦ୍ରାପଡ଼ା ପୌରସଂସ୍ଥା ଦୃଷ୍ଟିବାଧିତ ବିଦ୍ୟାଳୟ ପରିସରରେ ବିଶ୍ୱ ବ୍ରେଲୀ ଦିବସ ଓ ବ୍ରେଲୀ ଲିପିର ଜନକ ମହାତ୍ମା ଲୁଇସ୍ ବ୍ରେଲ୍‌ଙ୍କ ୨୧୬ତମ ଜୟନ୍ତୀ ଶନିବାର ପାଳିତ ହୋଇଯାଇଛି । ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସ୍ୱପ୍ନାଂଶୁ ଦାସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭାରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରିଣୀ ରୂପାଲି ପ୍ରିୟଦର୍ଶିନୀ, ମୁଖ୍ୟବକ୍ତା ଭାବେ ଅବସରପ୍ରାପ୍ତ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଦାସ, ସମ୍ମାନିତ ଅତିଥି ଭାବେ ନେହେରୁ ଯୁବକେନ୍ଦ୍ରର ଜିଲ୍ଲା ଯୁବ ଅଧିକାରୀ ତିରୁପତି ରେଡି, ପୁନର୍ବାସର ସହସମ୍ପାଦକ ବଂଶୀଧର ମହାନ୍ତି, ସମାଜସେବୀ କ୍ଷୀରୋଦ କର ପ୍ରମୁଖ ଯୋଗଦେଇ ମହାତ୍ମା ଲୁଇସ୍ ବ୍ରେଲ୍‌ଙ୍କ ଜୀବନୀ, ଦୃଷ୍ଟିବାଧିତ ବ୍ୟକ୍ତିମାନଙ୍କ ପ୍ରତି ଥିବା ତାଙ୍କ ଅବଦାନ ସମ୍ପର୍କରେ ଆଲୋକପାତ କରିବା ସହ ସେମାନଙ୍କ ପାଇଁ ଥିବା ବିଭିନ୍ନ ସରକାରୀ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା କରିଥିଲେ । ଅତିଥିମାନେ ବ୍ରେଲୀ ଲିଖନ, ପଠନ, ସଙ୍ଗୀତ, ବକ୍ତୃତା, ଦୌଡ଼ ଆଦି ପ୍ରତିଯୋଗୀତାର କୃତୀ ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ । ଏହି ଅବସରରେ ପିଲାମାନଙ୍କୁ ଶୀତବସ୍ତ୍ର ବଣ୍ଟନ କରାଯାଇଥିଲା । ସହକାରୀ ଶିକ୍ଷୟତ୍ରୀ ସୋନାଲିକା ସ୍ୱାଇଁ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ । ଶାରୀରିକ ଶିକ୍ଷା ଶିକ୍ଷକ ଭରତ ସାହୁ, ସଙ୍ଗୀତ ଶିକ୍ଷୟତ୍ରୀ ସଶ୍ମିତା ରାଉତ ପୁରସ୍କାର ବିତରଣ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ଗୀତା ଦାସ, ବିକାଶ ଦାସ, ଅଲେଖ ଜେନା, ମହେନ୍ଦ୍ର ସିଂ, ମାନିନୀ ବେହେରା, ମନୋଜ ବେହେରା ପ୍ରମୁଖ ଉତ୍ସବ ପରିଚାଳନାରେ ସହଯୋଗ କରିଥିଲେ। ଏଥିରେ ଅଭିଭାବକ ଓ ଶୁଭେଚ୍ଛୁମାନେ ଉପସ୍ଥିତ ଥିଲେ । ଶେଷରେ ସହକାରୀ ଶିକ୍ଷକ ଅରୁଣ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ ।


Discover more from

Subscribe now to keep reading and get access to the full archive.

Continue reading