କେନ୍ଦ୍ରାପଡାରେ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର



କେନ୍ଦ୍ରାପଡା, ୬ା୧: କେନ୍ଦ୍ରାପଡ଼ା ସଦର ମହକୁମାରେ ସୋମବାର ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ଣ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ କେନ୍ଦ୍ରାପଡ଼ା ପୈାରସଂସ୍ଥା ଟାଉନ୍‌ହଲ୍ ପରିସରରେ ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ମିଳିତ ଜନ ଅଭିଯୋଗ ଶୁଣାଣି ଶିବିରରେ ଆରକ୍ଷୀ ଅଧୀକ୍ଷକ ସିଦ୍ଧାର୍ଥ କଟ୍ଟାରିଆ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ) ନୀଲୁ ମହାପାତ୍ର, ଉପ-ଜିଲ୍ଲାପାଳ ରବୀନ୍ଦ୍ର କୁମାର ପ୍ରଧାନ, ଅତିରିକ୍ତ ଉପ-ଜିଲ୍ଲାପାଳ ଅଶୋକ କୁମାର ଦାସ, କେନ୍ଦ୍ରାପଡା ବିଡିଓ ଅଭିଷେକ ସ୍ୱାଇଁ, କେନ୍ଦ୍ରାପଡ଼ା ତହସିଲଦାର ତାପସ କୁମାର ଦେହୁରୀ, ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ା. ପ୍ରମୋଦ କୁମାର ପ୍ରହରାଜ, ଡେପୁଟି କଲେକ୍ଟର ପଲ୍ଲବୀ ପ୍ରିୟଦର୍ଶିନୀ, କେନ୍ଦ୍ରାପଡା ପୌରପରିଷଦର ନିର୍ବାହୀ ଅଧିକାରୀ ଆଶୁତୋଷ ଗୌରବ କର, ସମସ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ୍ ଡିପାର୍ଟମେଂଟ୍‌ର ନିର୍ବାହୀ ଯନ୍ତ୍ରୀ ପ୍ରମୂଖ ଯୋଗଦେଇ ଅଭିଯୋଗ ଶୁଣାଣିରେ ସହାୟତା କରିଥିଲେ । ଆଜିର ଅଭିଯୋଗ ଶୁଣାଣିରେ ମୋଟ୍ ୧୪୮ ଗୋଟି ଅଭିଯୋଗ ପଞ୍ଜିକୃତ ହୋଇଥିଲା ବେଳେ ସେଥି ମଧ୍ୟରୁ ୧୨ ଗୋଟି ସାମୁହିକ ଏବଂ ୧୩୬ ଗୋଟି ବ୍ୟକ୍ତିଗତ ଅଭିଯୋଗ ଥିଲା । ଚିକିତ୍ସା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍ ଫଣ୍ଡରୁ ୯୪ ହଜାର ଟଙ୍କା ୧୨ ଜଣ ଆବେଦନକାରୀଙ୍କୁ ଦେବା ପାଇଁ ଜିଲ୍ଲାପାଳ ମଞ୍ଜୁର କରିଥିବା ବେଳେ ରେଡ୍‌କ୍ରସ୍ ପାଣ୍ଠିରୁ ୩ ଜଣଙ୍କୁ ଚିକିତ୍ସା ସହାୟତା ଓ ସାଇକେଲ କ୍ରୟ ବାବଦରେ ଜଣଙ୍କୁ ୫ହଜାର ଟଙ୍କା ଲେଖାଏଁ ମୋଟ ୧୫,୦୦୦/- ଟଙ୍କାର ଚେକ୍ ପ୍ରଦାନ ପାଇଁ ମଞ୍ଜୁର କରିଛନ୍ତି। ସମସ୍ତ ଅଭିଯୋଗର ସମାଧାନ ପାଇଁ ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ବ୍ୟକ୍ତିଗତ ଅଭିଯୋଗ ମଧ୍ୟରେ, ପାରିବାରିକ ସମସ୍ୟା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଭୂମିହିନ ପଟ୍ଟା, ଚିକିତ୍ସା ପାଇଁ ଆର୍ôଥକ ସହାୟତା, ଉଚ୍ଚ ଶିକ୍ଷା ପାଇଁ ଆର୍ôଥକ ସହାୟତା, ରାସନ୍‌କାର୍ଡ଼ ପ୍ରଦାନ, ବାର୍ଦ୍ଧକ୍ୟ ଭତ୍ତା, ଜମି ସମସ୍ୟା, ବିଦ୍ୟୁତ ଯୋଗାଣ ଓ ବାତ୍ୟା ଦାନାରେ ଘର ଭଙ୍ଗା ସହାୟତା ପ୍ରଦାନ ନିମନ୍ତେ ଆବେଦନ ପତ୍ର ଆଦି ଦରଖାସ୍ତଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା। ସେହିପରି ସାମୁହିକ ଅଭିଯୋଗ ମଧ୍ୟରେ ଜମି ସମସ୍ୟା, ଜଳ ସେଚନ ପାଇଁ ଅବରୋଧ କରାଯାଇଥିବା ଜଳ ଯୋଗାଣ ସମ୍ପର୍କରେ, ରାସ୍ତା ମରାମତି, ରାସ୍ତା ପାର୍ଶ୍ୱରେ ଅସ୍ଥାୟୀ ଦୋକାନ ନିର୍ମାଣ, ଏସଏଚଜି ଗୃପର ଅର୍ଥ ହେରଫେର ମାମଲା, ପୋଲିସ ସମସ୍ୟା, ଜଳ ନିଷ୍କାସନ ଆଦି ଅଭିଯୋଗ ଗୁଡ଼ିକ ମୁଖ୍ୟ ସ୍ଥାନରେ ଥିଲା । ଏଗୁଡ଼ିକର ତୁରନ୍ତ ଫଇସଲା ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।


Discover more from

Subscribe now to keep reading and get access to the full archive.

Continue reading