
କେନ୍ଦ୍ରାପଡା,୧୩ା୧: ସୋମବାର ଦିବା ୨ ଘଟିକା ସମୟରେ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାଆଡମ୍ବରରେ ପାଳିତ ହୋଇଯାଇଛି । ଏହି ସଭା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିବ ପ୍ରସାଦ ନାୟକଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ କେନ୍ଦ୍ରାପଡା ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର, ସମ୍ମାନୀତ ଅତିଥି ଭାବେ ବିଶିଷ୍ଟ ଶିକ୍ଷାବିତ୍ ହେମନ୍ତ କୁମାର ଜେନା, ଜିଲ୍ଲା କ୍ରୀଡା ସାଧାରଣ ସମ୍ପାଦକ ସୟଦ ଅକମଲ ଅଲ୍ଲୀ, ସମାଜସେବୀ ସେକ୍ ଚାନ୍ଦ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମୁସ୍ତାକ ଖାନ ଉପସ୍ଥିତ ରହି ସଭାକୁ ସାଫଲ୍ୟ ମଣ୍ଡିତ କରାଇଥିଲେ । ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଉମାକାନ୍ତ ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ସହକାରୀ ଶିକ୍ଷୟିତ୍ରୀ ଶୁଭସ୍ମିତା ପତି ସଭା ପରିଚାଳନା କରିଥିଲେ । ସହକାରୀ ଶିକ୍ଷକ ମନୋଜ କୁମାର ପରିଡାଙ୍କ ଦ୍ୱାରା ବାର୍ଷିକ ବିବରଣୀ ପାଠ କରାଯାଇଥିଲା । ସମ୍ମାନୀତ ଅତିଥି ହେମନ୍ତ କୁମାର ଜେନାଙ୍କୁ ଗୁରୁଶ୍ରୀ ସମ୍ମାନରେ, ସୟଦ ଅକମଲ ଅଲ୍ଲୀଙ୍କୁ ବିଦ୍ୟାଳୟ ରତ୍ନ ସମ୍ମାନରେ, ସେକ ଜାହିଦ ଅଲ୍ଲୀଙ୍କୁ କ୍ରୀଡା ରତ୍ନ ସମ୍ମାନରେ ସମ୍ମାନୀତ କରାଯାଇ ଉପଢୌକନ ଓ ମାନପତ୍ର ପ୍ରଦାନ କରାଯାଇଥିଲା । ବିଦ୍ୟାଳୟର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବାର୍ଷିକ କ୍ରୀଡାରେ କୃତୀ ଛାତ୍ରଛାତ୍ରୀମାନଙ୍କୁ ସାର୍ଟିଫିକେଟ ଓ ଟ୍ରଫି ପ୍ରଦାନ କରାଯାଇଥିଲା । ଏହି କାର୍ଯ୍ୟକ୍ରମକୁ ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ଆନନ୍ଦର ସହ ଉପଭୋଗ କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ ଅଣଶିକ୍ଷକମାନେ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରାଇଥିଲେ । ଶେଷରେ କ୍ରୀଡା ଶିକ୍ଷକ ପ୍ରକାଶ ଚନ୍ଦ୍ର ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।











