ଟ୍ରଷ୍ଟ ପକ୍ଷରୁ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା



କେନ୍ଦ୍ରାପଡ଼ା, ୬ା୨: ଶ୍ରୀମତୀ ଦେବୀ ବାଞ୍ଛାନିଧି ଦାସ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଜଣେ କର୍କଟ ପିଡିତଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। ଟ୍ରଷ୍ଟର ମୁଖ୍ୟ ପୃଷ୍ଟପୋଷକ ଆମେରିକାସ୍ଥିତ ଆଲାସ୍କା ବିଶ୍ୱବିଦ୍ୟାଳୟର ଏମରିଟସ ପ୍ରଫେସର ଡ. ଦେବେନ୍ଦ୍ର କୁମାର ଦାସଙ୍କ ନିର୍ଦେଶ କ୍ରମେ ଟ୍ରଷ୍ଟର ସଂଯୋଜକ ପ୍ରଦିପ କୁମାର ମହାନ୍ତି ଏହି ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। ଡେରାବିଶି ବ୍ଲକର ଗରାମପୁର ଗ୍ରାମର ବସନ୍ତ କୁମାର ବଳ ଦୀର୍ଘଦିନ ଧରି କର୍କଟ ରୋଗରେ ପିଡିତ ହୋଇ ଚିକିତ୍ସାଧିନ ଅଛନ୍ତି। ଆର୍ଥିକ ସଙ୍କଟରେ ଗତି କରୁଥିବା ଶ୍ରୀ ବଳଙ୍କ ଘରେ ପହଞ୍ଚି ଟ୍ରଷ୍ଟର ସଂଯୋଜକ ଶ୍ରୀ ମହାନ୍ତି ଟ୍ରଷ୍ଟ ପକ୍ଷରୁ ଆର୍ôଥକ ସହାୟତା ପ୍ରଦାନ କରିଥିଲେ।


Discover more from

Subscribe now to keep reading and get access to the full archive.

Continue reading