ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ



କେନ୍ଦ୍ରାପଡା,୧୪ା୨: କପାଳେଶ୍ୱର ଗ୍ରାମପଞ୍ଚାୟତର ଗରାପୁରସ୍ଥିତ ଶିବାନନ୍ଦ ଆଶ୍ରମ ପରିସରରେ ଥିବା ଶିବାନନ୍ଦ ବିଦ୍ୟାମନ୍ଦିରର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଆଶ୍ରମର ପ୍ରତିଷ୍ଠାତା ଶ୍ରୀମା ସ୍ୱାମୀ ଦିବ୍ୟସ୍ୱରୂପାନନ୍ଦ ସରସ୍ୱତୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉତ୍ସବରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଲିଲିତା ଦାସ ବିଶିଷ୍ଟ ଅତିଥି, ଅତିରିକ୍ତ ଜିଲ୍ଲାପାଳ ନିଲୁ ମହାପାତ୍ର ମୁଖ୍ୟବକ୍ତା ଓ ଆଶ୍ରମର ଉପାଧ୍ୟକ୍ଷ ଡ. କାଳି ପ୍ରସନ୍ନ ଶତପଥୀ, ବିଦ୍ୟାମନ୍ଦିର ଅଧ୍ୟକ୍ଷ ଡ. ସୁରେନ୍ଦ୍ରନାଥ ଆଚାର୍ଯ୍ୟ ଓ ସମାଜସେବୀ ଅର୍ଚ୍ଚନା ଗୋଏଙ୍କା ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପିଲାମାନଙ୍କ ଉଦେଶ୍ୟରେ ବହୁ ଉପାଦେୟ ବକ୍ତବ୍ୟ ରଖିବା ସହ ସେମାନଙ୍କର ଉତ୍ତରତ୍ତୋର ଉନ୍ନତି କାମନା କରିଥିଲେ। ଅତିଥିମାନେ ବିଭିନ୍ନ ପ୍ରତିଯୋଗିତାର କୃତି ପ୍ରତିଯୋଗୀମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ଜିଲ୍ଲା ପରିଷଦ ସଭାପତି ସୁଶ୍ରୀ ଦାସଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଛ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ବିଦ୍ୟାମନ୍ଦିରର ଗୁରୁଜୀ ଓ ଗୁରୁମା’ମାନଙ୍କ ସହିତ ଛାତ୍ରାଭିଭାବକମାନେ ଉପସ୍ଥିତ ଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ରହ୍ମଚାରୀ ନୃସିଂହନାଥ ଦାସ, ରୀତାଞ୍ଜଳୀ ନାଥ, ଶିବାନୀ ପ୍ରମୁଖ ଉପସ୍ଥିତ ଥିଲେ।


Discover more from

Subscribe now to keep reading and get access to the full archive.

Continue reading