କେନ୍ଦ୍ରାପଡ଼ା, ୩ା୭: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନରେ ୯୧.୮୫ ପ୍ରତିଶତ ନମ୍ବର ରଖି ବରଜ କୁମାର ଦାସ ଟପ୍ପର ହୋଇଛନ୍ତି । ସେ ଜଣେ ଦିବ୍ୟାଙ୍ଗ ହୋଇମଧ୍ୟ କଲେଜ ଟପ୍ପର ହୋଇଥିବାରୁ ବିଭିନ୍ନ ମହଲରେ ତାଙ୍କୁ ସମ୍ବର୍ଦ୍ଧନା ଦିଆଯାଇଛି । ଏହି ଅବସରରେ ଶ୍ରୀ ଦାସଙ୍କୁ ଜାବିର ବିନ କବିର ଶୈକ୍ଷିକ ଅନୁଷ୍ଠାନ ତରଫରୁ ଉତ୍ତରୀୟ, ପୁଷ୍ପଗୁଛ, ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି । ବିଗତ ବର୍ଷମାନଙ୍କରେ ଉକ୍ତ ଅନୁଷ୍ଠାନ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ଛାତ୍ରଛାତ୍ରୀଙ୍କ ଶିକ୍ଷା ଓ କ୍ରୀଡା ବିକାଶ ଦିଗରେ ବିଭିନ୍ନ କାର୍ଯ୍ୟକ୍ରମ ଓ ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ପ୍ରୋତ୍ସାହନ ପ୍ରଦାନ କରାଯିବା ସହିତ ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମ କରାଯାଉଛି ।
kanikanews.in
Next Post
ଆକାଶ ଛୁଆଁ ଦରବୃଦ୍ଧି ନେଇ ସିପିଆଇ ପକ୍ଷରୁ ଦାବିପତ୍ର ପ୍ରଦାନ
Tue Jul 4 , 2023
କେନ୍ଦ୍ରାପଡ଼ା, ୩ା୭ : ଭାରତୀୟ କମ୍ୟୁନିଷ୍ଟ ପାର୍ଟି(ସି.ପି.ଆଇ.)କେନ୍ଦ୍ରାପଡା ଜିଲ୍ଲା କମିଟି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆକାଶ ଛୁଆଁ ଦରବୃଦ୍ଧିର ପ୍ରତିବାଦ କରାଯାଇଥିଲା । ବର୍ତ୍ତମାନ ଯେଭଳି ଭାବେ ଅଦା କିଲୋ ୩ଶହ ଟଙ୍କା, ବିଲାତି କିଲୋ ୧୨୦ଟଙ୍କା, ରସୁଣ କିଲୋ ୧୫୦ଟଙ୍କା, ଡାଲି, ତେଲ, ପେଟ୍ରୋଲ, ଡିଜେଲ, ଔଷଧ, ପାଠ ପଢିବା ପାଇଁ ଆବଶ୍ୟକ ସାଧା କାଗଜ ପ୍ରଭୃତିର ଦାରଦାମ ନିୟନ୍ତ୍ରଣ ବାହାରକୁ ଚାଲିଯିବା ସହ ଆକାଶ ଛୁଆଁ […]

You May Like
- 2 years ago
ଗ୍ୟାଙ୍ଗଷ୍ଟର ହାଇଦରର ପୁଅ ଗିରଫ
- 2 years ago
कांग्रेस का विजय जुलूस, राहुल गांधी जिंदाबाद
- 2 years ago
ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୧୪୬ତମ ଜୟନ୍ତି ପାଳିତ