ଆସନ୍ତା ଫେବୃୟାରୀ ୨୦ରୁ ମାଟ୍ରିକ ପରୀକ୍ଷା


ଆସନ୍ତା ଫେବୃୟାରୀ ୨୦ ତାରିଖ ଠାରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୪ ତାରିଖ ପର୍ଯ୍ୟନ୍ତ ଜାରି ରହିବ। ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଜଣାପଡିଛି । ପ୍ରକାଶ ପାଇଥିବା ସୂଚୀ ଅନୁଯାୟୀ ୨୦ରେ ଓଡ଼ିଆ, ୨୩ରେ ଇଂରାଜୀ, ୨୬ରେ ଗଣିତ, ୨୮ରେ ହିନ୍ଦୀ/ସଂସ୍କୃତ, ମାର୍ଚ୍ଚ ୨ରେ ବିଜ୍ଞାନ, ୪ରେ ସାମାଜିକ ବିଜ୍ଞାନ ପରୀକ୍ଷା ଅନୁଷ୍ଠିତ ହେବ।ଆଗାମୀ ଦଶମ ପରୀକ୍ଷାରେ ରାଜ୍ୟବ୍ୟାପୀ ୨୯୯୧ କେନ୍ଦ୍ରରେ ମୋଟ ୫ ଲକ୍ଷ ୫୧ ହଜାର ୬୧୧ ପିଲା ପରୀକ୍ଷା ଦେବେ। ପରୀକ୍ଷା ଶେଷ ପରେ ମାର୍ଚ୍ଚ ୧୫ରୁ ମାଟ୍ରିକ ଖାତା ଦେଖା ଆରମ୍ଭ ହେବା ନେଇ ବୋର୍ଡ ସଭାପତି ସୂଚନା ଦେଇଛନ୍ତି।


Discover more from

Subscribe now to keep reading and get access to the full archive.

Continue reading