ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ବିଭାଗ ଆଲୋଚନାଚକ୍ର



କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ କଲେଜ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ଭାବ ଓ ଭାଷାର ସମ୍ରାଟ ସୁରେନ୍ଦ୍ର ଶୀର୍ଷକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ଭାଷା ସାହିତ୍ୟ ବିଭାଗ ମୁଖ୍ୟ ଡ଼ ପ୍ରେମଲତା ରାଉତଙ୍କ ପୌରହିତ୍ୟରେ ଆୟୋଜିତ ଆଲୋଚନାଚକ୍ରରେ ବିଷୟ ବିଶାରଦ ଭାବେ ପ୍ରାକ୍ତନ ପ୍ରାଧ୍ୟାପକ ଡ଼ ସର୍ବେଶ୍ୱର ସେଣ ଯୋଗ ଦେଇ ବିଷୟ ଭିତ୍ତିକ ଆଲୋଚନା କରିଥିଲେ । ଡ଼ ରାଉତ ସ୍ୱାଗତ ଭାଷଣ ଦେଇ ବିଷୟ ଭିତ୍ତିକ ତଥ୍ୟ ଉପସ୍ଥାପନ କରିଥିଲେ । ପ୍ରାଧ୍ୟାପକ ପ୍ରମୋଦ ସ୍ୱାଇଁ ଅତିଥି ପରିଚୟ ପ୍ରଦାନ କରିଥିଲେ । ଶେଷରେ ତୃତୀୟ ବର୍ଷ ଛାତ୍ରୀ ନମିତା ପାଢ଼ୀ ଧନ୍ୟବାଦ ଦେଇଥିଲେ । ଅଧ୍ୟାପିକା ଡ଼ ଲଷ୍ମୀପ୍ରିୟା ପାତ୍ର ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଏଥିରେ ସମସ୍ତ ଅଧ୍ୟାପକ ଅଧ୍ୟାପିକା କର୍ମଚାରୀ ଓ ଛାତ୍ରଛାତ୍ରୀ ଯୋଗ ଦେଇଥିଲେ ।


Discover more from

Subscribe now to keep reading and get access to the full archive.

Continue reading