
ପଟ୍ଟାମୁଣ୍ଡାଇ ତା ୧୧.୭-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ସଂସାରଫଳ ପଂଚାୟତ ଲଷ୍ମୀସୁବଳ ବିଦ୍ୟାପୀଠରେ ଆବଶ୍ୟକ ଶିକ୍ଷକ ଅଭାବରୁ ଶିକ୍ଷାଦାନ ବ୍ୟାହତ ହୋଇଛି । ସମ୍ପ୍ରତି ୮ଟି ଶ୍ରେଣୀରେ ୨୦୮ ଛାତ୍ରଛାତ୍ରୀ ଅଧ୍ୟୟନ କରୁଛନ୍ତି । ମାତ୍ର ଛାତ୍ରଛାତ୍ରୀଙ୍କୁ ପଢ଼ାଇବା ପାଇଁ ମାତ୍ର ୩ଜଣ ଶିକ୍ଷୟତ୍ରୀ ନିଯୁକ୍ତି ଦିଆଯାଇଥିବାରୁ ଶିକ୍ଷାଦାନ ବ୍ୟାହତ ହୋଇଛି । ଆବଶ୍ୟକ ଶିକ୍ଷକ ନିଯୁକ୍ତି ଦାବୀରେ ଆଜି ସ୍କୁଲ ଛାତ୍ରଛାତ୍ରୀ ଓ ଅଭିଭାବକମାନେ ସ୍କୁଲ ମୁଖ୍ୟଫାଟକ ତାଲା ପକାଇ ଆନ୍ଦୋଳନ କରିଥିଲେ । ଖବର ପାଇଁ ସି ଆର ସି ସି ତ୍ରିଲୋଚନ ସ୍ୱାଇଁ ଘଟଣାସ୍ଥଳରେ ପହଂଚି ଏ ଦିଗରେ ଖୁବଶୀଘ୍ର ଆବଶ୍ୟକ ପଦକ୍ଷେପ ନିଆଯିବ ବୋଲି ପ୍ରତିଶୃତି ଦେବାରୁ ତାଲା ବନ୍ଦ ଆନ୍ଦୋଳନ ପ୍ରତ୍ୟାହାର କରିନିଆଯାଇଥିଲା ।

