ବେଲତଳରେ ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ


କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ବେଲତଳ ଗ୍ରାମର ସୁଦର୍ଶନ ଦାଶଙ୍କ ଘରେ ଗତକାଲି ବିଳମ୍ବିତ ରାତିରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ଗୋଟିଏ ଚାଳଛପର ଘର ସମେତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି । ପ୍ରାୟ ଲକ୍ଷାଧିକ ଟଙ୍କା ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି । ତେବେ କେହି ଦୁବୃର୍ତ୍ତ ଘରେ ନିଆଁ ଲଗାଇ ଦେଇଥିବା ଗୃହ କର୍ତ୍ତା ସୁଦର୍ଶନ ଦାଶ ସନ୍ଦେହ କରି ପଟ୍ଟାମୁଣ୍ଡାଇ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି । ପଟ୍ଟାମୁଣ୍ଡାଇ ପୋଲିସ ଏହି ମାମଲାର ତଦନ୍ତ ଆରମ୍ଭ କରିଛି ।


Discover more from

Subscribe now to keep reading and get access to the full archive.

Continue reading