
କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକର ବିଲିକଣା ପଂଚାୟତରେ ରାଜ୍ୟ ସରକାରଙ୍କ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ସରପଂଚ ଲଷ୍ମୀପ୍ରିୟା ଷଢଙ୍ଗୀଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧ୍ୟକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧିନ ବିଜେଡି ସରକାର ରାଜ୍ୟର ଗରିବ ଜନସାଧାରଣଙ୍କ ପାଇଁ ପ୍ରଣୟନ କରିଥିବା ବିଭିନ୍ନ କଲ୍ୟାଣମୂଳକ ଯୋଜନା ସଂପର୍କରେ ଆଲୋକପାତ କରିଥିଲେ ।ଏହି ସଭାରେ ସମାଜସେବୀ ରବୀନ୍ଦ୍ର ସ୍ୱାଇଁ,ଗୌରାଙ୍ଗ ସୂତାର ହୃଦୟ ରାଉତ ଦାମୋଦର ସ୍ୱାଇଁ ପଦ୍ମନାଭ ସାହୁ ମହେଶ୍ୱର ପ୍ରଧାନ , କନିଷ୍ଠ ଯନ୍ତ୍ରୀ ପ୍ରସନ୍ନ ରାଉତ ,ପି ଇ ଓ ସୁରେନ୍ଦ୍ର ସାମଲ ଜେନା ,ଜି ଆର ଏସ ସସ୍ମିତା ପ୍ରଧାନ ପ୍ରମୁଖ ଯୋଗ ଦେଇ ଆମ ଓଡିଶା ନବୀନ ଓଡିଶା ଲକ୍ଷ୍ୟ ଓ ଆଭିମୁଖ୍ୟ ତଥା ବିଭିନ୍ନ ସରକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ । ପ୍ରୋଜେକ୍ଟର ମାଧ୍ୟମରେ ବିଭିନ୍ନ ସରକାରୀ ଯୋଜନା ଓ କାର୍ଯକାରୀ ହୋଇଥିବା ପ୍ରକଳ୍ପ ସମ୍ପର୍କରେ ପ୍ରଦର୍ଶନ କରାଯାଇଥିଲ । କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ସରକାରୀ ଯୋଜନା ସମ୍ପର୍କ ଜନସଚେତନତା ସୃଷ୍ଟି କରିଥିଲେ । ଶେଷରେ ପି ଇ ଓ ସୁରେନ୍ଦ୍ର ସାମଲ ଧନ୍ୟବାଦ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ବିଲିକଣା ପଂଚାୟତର ବହୁ ସଂଖ୍ୟକ ମହିଳା ପୁରୁଷ ଓ ଯୁବକ ମାନେ ଯୋଗ ଦେଇଥିଲେ ।











