ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ



କେନ୍ଦ୍ରାପଡା ଜିଲ୍ଲା  ପଟ୍ଟାମୁଣ୍ଡାଇ ବ୍ଲକର ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସାନଜରିଆ ପଂଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ପାଇଁ ଏକ ସଭା ଆୟୋଜନ କରାଯାଇଥିଲା । ସରପଞ୍ଚ ନିରାକାର ନାୟକଙ୍କ ପୌରହିତ୍ୟରେ ଆୟୋଜିତ ସଭାରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଗ୍ରାମାଞ୍ଚଳ ବିକାଶ ପାଇଁ ଆମ ଓଡିଶା ନବୀନ ଓଡିଶା ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଯୁଗାନ୍ତକାରୀ ପଦକ୍ଷେପ ହୋଇଥିବାରୁ ଏହି ଯୋଜନାରେ ମଂଜୁର ଅର୍ଥ ବିନିଯୋଗ କରି ସାନଜରିଆ ପଂଚାୟତକୁ ଏକ ସମୃଦ୍ଧ ସଶକ୍ତ ଓ ବିକଶିତ ପଂଚାୟତରେ ପରିଣତ କରିବା ସହିତ ନବୀନ ସରକାରଙ୍କ ସଫଳତାର ବାର୍ତା ଘରେ ଘରେ ପହଞ୍ଚାଇବା ଦିଗରେ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଥିଲେ । କଂଗ୍ରେସ ସରକାର ସମୟରେ ରାଜ୍ୟ ବଜେଟ ୩୭୪କୋଟି ଥିବାବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ବିକାଶଧାରାକୁ ଆଗେଇ ନେବା ପାଇଁ ବଜେଟ ପରିମାଣ ବୃଦ୍ଧି କରି ୨ଲକ୍ଷ ୫୫ହଜାର କୋଟିରେ ପହଞ୍ଚାଇଛନ୍ତି ଯାହା ଏକ ଉଦାହରଣ ସୃଷ୍ଟି କରିଛି । ଏହି ସଭାରେ ବିଡ଼ିଓ ଶୁଭ୍ରାଂଶୁ ସାହୁ, ନାୟବ ସରପଞ୍ଚ ଜ୍ୟୋତିର୍ମୟୀ ଦାସ କନିଷ୍ଠ ଯନ୍ତ୍ରୀ ସିଂଗ୍ଧାରାଣୀ ସାହୁ ,ପି ଇ ଓ ପବିତ୍ର ଜେନା ,ଜି ଆର ଏସ ପ୍ରସନ୍ନ ଦାସ ପ୍ରମୁଖ ଯୋଗ ଦେଇ ଆମ ଓଡିଶା ନବୀନ ଓଡିଶା ଲକ୍ଷ୍ୟ ଓ ଆଭିମୁଖ୍ୟ ତଥା ବିଭିନ୍ନ ସରକାରୀ ଯୋଜନା ଉପରେ ଆଲୋକପାତ କରିଥିଲେ । ପ୍ରୋଜେକ୍ଟର ମାଧ୍ୟମରେ ବିଭିନ୍ନ ସରକାରୀ ଯୋଜନା ଓ କାର୍ଯକାରୀ ହୋଇଥିବା ପ୍ରକଳ୍ପ ସମ୍ପର୍କରେ ପ୍ରଦର୍ଶନ କରାଯାଇଥି । କଳାକାରମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ଜରିଆରେ ସରକାରୀ ଯୋଜନା ସମ୍ପର୍କ ଜନସଚେତନତା ସୃଷ୍ଟି କରିଥିଲେ । ଶେଷରେ ପି ଇ ଓ ପବିତ୍ର ଜେନା ଧନ୍ୟବାଦ ଦେଇଥିଲେ ।  ଏହି କାର୍ଯ୍ୟକ୍ରମରେ ସାନ ଜରିଆ ପଂଚାୟତର ବହୁ ସଂଖ୍ୟକ ମହିଳା ପୁରୁଷ ଓ ଯୁବକ ମାନେ ଯୋଗ ଦେଇଥିଲେ ।


Next Post

କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ହେଲେ ଧିରେନ କୁମାର ସାହୁ

Tue Feb 20 , 2024
କେନ୍ଦ୍ରାପଡ଼ା,୨୦ା୨: କେନ୍ଦ୍ରାପଡା ପୌର ପରିଷଦର ପୂର୍ବତନ ପୌରାଧ୍ୟକ୍ଷ ଯଥା ବରିଷ୍ଠ ର୍ନିବାଦିୟ ବିଜେଡି ନେତା ଧିରେନ କୁମାର ସାହୁ ଆଜି କେନ୍ଦ୍ରାପଡା ଜିଲ୍ଲା ବିଜୁ ଜନତା ଦଳର ସଭାପତି ଭାବେ ଦଳ ପକ୍ଷରୁ ଅବସ୍ଥାପିତ କରାଯାଇଛି । ବିଜେଡି ସୁପ୍ରିମୋ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ରାଜ୍ୟ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ଏହି ପଦବୀରେ ଗତ […]

KANIKA