ଦୋଷିଆ ପଂଚାୟତରେ ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ


ପଟ୍ଟାମୁଣ୍ଡାଇ – ପଟ୍ଟାମୁଣ୍ଡାଇ ବ୍ଲକର ଦୋଷିଆ ପଂଚାୟତରେ ସୋମବାର ପଲ୍ଲୀରେ ପ୍ରଶାସନ କାର୍ଯ୍ୟକ୍ରମ ବିଡ଼ିଓ ଶୁଭ୍ରାଂଶୁ ସାହୁଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଦୋଷିଆ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ସରପଂଚ ସ୍ମୃତି ରେଖା ସ୍ୱାଇଁ ସମିତିସଭ୍ୟ ଆରତୀ ସାହୁ,ବରିଷ୍ଠ ସମାଜସେବୀ ଗୌରାଙ୍ଗ ସ୍ୱାଇଁ, ଶ୍ୟାମସୁନ୍ଦରପୁର ସମବାୟ ସମିତି ସଭାପତି ସୁଦାମ ରାଉତ ପ୍ରମୁଖ ଯୋଗ ଦେଇ ପଲ୍ଲୀ ପ୍ରଶାସନର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ଆଲୋକପାତ କରିଥିଲେ । ଏଥିରେ ଆବାସ, ରାସନକାର୍ଡ,ଓ ଭତାକୁ ମିଶାଇ ସମୁଦାୟ ୨୨ ଆପତି ଅଭିଯୋଗ ଉପରେ ତତ୍କାଳ କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦେଶ ଦିଆଯାଇଥିଲା । ଏଥିରେ ୧୧, ପାଇଁ ଆବେଦନ କରିଥିବା ବେଳେ ୧୫ ଅସଂଗଠିତ ଶ୍ରମିକ ଙ୍କୁପଞ୍ଜିକୃତ କରାଯିବା ସହିତ ଡିଡିୟୁଜିକେୱଇ -୫ ଜଣ, ବ୍ୟାଙ୍କ୍ ସଂଯୋଗିକରଣ – ୧ ଜଣ, କେ ସି ସି ଡାଏରୀ = ୧ ଏମଇସିଜି- ୪ଜଣଙ୍କୁ ସାମିଲ କରାଯାଇଥିଲା । ଏହି ସରକାରୀ କାର୍ଯ୍ୟକ୍ରମରେ ପଟ୍ଟାମୁଣ୍ଡାଇ ତହସିଲଦାର ଦିଲ୍ଲୀପ ସେଠୀ, ପଂଚାୟତ ନିର୍ବାହୀ ଅଧିକାରୀ ସୁକାନ୍ତ ନାୟକ,ମିଶନଶକ୍ତି ସଂଯୋଜକ ପ୍ରଭୁ ଧବଳେଶ୍ୱର ବରାଳ, ଜୀବିକା ମିଶନ ସଂଯୋଜିକା ସୁଶ୍ରୀ ସଂଗୀତା ଭୂୟାଁ ,ଏସଇଓ ଉଦାର ସୁନ୍ଦର ସ୍ୱାଇଁ ,ଯୋଗାଣ ନିରୀକ୍ଷକ ମଧୁସ୍ମିତା ଜେଟି, ବ୍ଲକ ଉଦ୍ୟାନ ଅଧିକାରୀ, ବ୍ଲକ ପଶୁସମ୍ପଦ ଅଧିକାରୀ ପ୍ରମୁଖ ବ୍ଲକ ସ୍ତରୀୟ ପ୍ରଶାସନିକ ଅଧିକାରୀମାନେ ଯୋଗ ଦେଇ ଜନସାଧାରଣଙ୍କ ଆପତି ଅଭିଯୋଗ ଶୁଣିଥିଲେ । ଏହି ପଲ୍ଲୀ ପ୍ରଶାସନ କାର୍ଯ୍ୟକ୍ରମରେ ଆଗତ ସମସ୍ତ ଅଭିଯୋଗ ଉପରେ ଉଚିତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରଶାସନ ପକ୍ଷରୁ ପ୍ରତିଶୃତି ଦିଆଯାଇଛି ।


Discover more from

Subscribe now to keep reading and get access to the full archive.

Continue reading