ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା; କେନ୍ଦ୍ରାପଡାରୁ ବୈଜୟନ୍ତ, ସମ୍ବଲପୁରରୁ ଧର୍ମେନ୍ଦ୍ର


 

ଭୁବନେଶ୍ୱର,୨୪ ।୩: ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ରବିବାର ପଞ୍ଚମ ପର୍ଯ୍ୟାୟରେ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଏଥିରେ ଓଡ଼ିଶାର ୧୮ଟି ଲୋକସଭା ସଂସଦୀୟ କ୍ଷେତ୍ର ପାଇଁ ପ୍ରାର୍ଥୀ ଘୋଷଣା ହୋଇଛି । ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ଏହି ଘୋଷଣା କରିଛି । ଏହି କ୍ରମରେ ଭାଜପା କେନ୍ଦ୍ରାପଡ଼ାରୁ ବୈଜୟନ୍ତ ପଣ୍ଡା, ପୁରୀ ପାଇଁ ସମ୍ବିତ ପାତ୍ର, ସମ୍ବଲପୁର ପାଇଁ ଧର୍ମେନ୍ଦ୍ର ପ୍ରଧାନ, ଭୁବନେଶ୍ୱର ପାଇଁ ଅପରାଜିତା ଷଡ଼ଙ୍ଗୀ ଓ ବ୍ରହ୍ମପୁର ପାଇଁ ପ୍ରଦୀପ ପାଣିଗ୍ରାହୀଙ୍କୁ ଟିକେଟ୍ ଦେଇଛି ।

ସେହିପରି ବରଗଡ଼ରୁ ପ୍ରଦୀପ ପୁରୋହିତ, ସୁନ୍ଦରଗଡ଼ରୁ ଜୁଏଲ ଓରାମ, କେନ୍ଦୁଝରରୁ ଅନନ୍ତ ନାୟକ, ମୟୁରଭଞ୍ଜରୁ ନବ ଚରଣ ମାଝି, ବାଲେଶ୍ୱରରୁ ପ୍ରତାପ ଚନ୍ଦ୍ର ଷଡଙ୍ଗି, ଭଦ୍ରକରୁ ଅଭିମନ୍ୟୁ ସେଠୀ, ଢେଙ୍କାନାଳରୁ ରୁଦ୍ର ନାରାୟଣ ପାଣି, ବଲାଙ୍ଗିରରୁ ଶ୍ରୀମତି ସଙ୍ଗିତା କୁମାରୀ ସିଂଦେଓ, କଳାହାଣ୍ଡିରୁ ଶ୍ରୀମତି ମାଳବିକା କେଶରୀ ଦେଓ, ନବରଙ୍ଗପୁରରୁ ବଳଭଦ୍ର ମାଝି, ଜଗତସିଂହପୁରରୁ ବିଭୁ ପ୍ରସାଦ ତରାଇ, ଆସ୍କା ଶ୍ରୀମତି ଅନିତା ଶୁଭଦର୍ଶିନୀ ଓ କୋରାପୁଟରୁ କାଲେରାମ ମାଝି ପ୍ରାର୍ଥୀ କରିଛି । ଅନ୍ୟପଟରେ ବିଜେପି ଏହି ପର୍ଯ୍ୟାୟରେ କଟକ, କନ୍ଧମାଳ ଓ ଯାଜପୁର ପାଇଁ ପ୍ରାର୍ଥୀ ଘୋଷଣା କରି ନାହିଁ ।


Discover more from

Subscribe now to keep reading and get access to the full archive.

Continue reading