ପୁରୀରେ ମହାପ୍ରଭୁଙ୍କ ଆଶୀର୍ବାଦ ନେଲେ ଅଂଶୁମାନ ମହାନ୍ତି


ପୁରୀ: ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର କେନ୍ଦ୍ରାପଡା ଲୋକସଭା ପ୍ରାର୍ଥୀ ଅଂଶୁମାନ ମହାନ୍ତି ଶୁକ୍ରବାର ଅପରାହ୍‌ଣରେ ପୁରୀରେ ଶ୍ରୀଜୀଉଙ୍କୁ ଦର୍ଶନ କରିଛନ୍ତି । ଲୋକସଭା ନିର୍ବାଚନରେ କେନ୍ଦ୍ରାପଡ଼ାରୁ ଜିତିବା ନେଇ ଶକ୍ତି ଓ ସାମର୍ଥ୍ୟ ପାଇଁ ସେ ମହାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିଛନ୍ତି ।, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୋତେ ଟିକେଟ ପ୍ରଦାନ କରିଛନ୍ତି । କେନ୍ଦ୍ରାପଡାବାସୀଙ୍କର ସେବା କରିବି । ମୁଖ୍ୟମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ୟ ସହ ଜନକଲ୍ୟାଣ କାର୍ଯ୍ୟକୁ ଆଧାର କରି ବିଜୟ ହେବା ନେଇ ଆଶାବାଦୀ ଅଛନ୍ତି ବୋଲି କହିଛନ୍ତି । ଅଂଶୁମାନ ମହାନ୍ତି କେନ୍ଦ୍ରାପଡାରେ ବିଜେପି ପ୍ରାର୍ଥୀ ବୈଜୟନ୍ତ ପଣ୍ଡାଙ୍କୁ ଟକ୍କର ଦେବେ । ୨୦୧୯ ନିର୍ବାଚନରେ ଏଠାରେ ବୈଜୟନ୍ତ ଦେଢ ଲକ୍ଷରୁ ଅଧିକ ଭୋଟ ବ୍ୟବଧାନରେ ହାରିଥିଲେ । ସେହି ସମୟରେ ବିଜେଡି ପ୍ରାର୍ଥୀ ୧,୫୨,୫୮୪ ଖଣ୍ଡ ଭୋଟ୍ ବ୍ୟବଧାନରେ ବିଜୟୀ ହୋଇଥିଲେ ।