ପ୍ରସିଦ୍ଧ ଭରତପୁର ମକ୍କଦ୍ଦମ ଦୋଳମେଲଣ ଅନୁଷ୍ଠିତ


କେନ୍ଦ୍ରାପଡ଼ା,୨୯ା୩ : କେନ୍ଦ୍ରାପଡା ସହର ଉପକଣ୍ଠ ଭରତପୁର ଗ୍ରାମରେ ପ୍ରସିଦ୍ଧ ଭରତପୁର ମକ୍କଦ୍ଦମ ଦୋଳମେଲଣ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ଏହି ଉପଲକ୍ଷେ ଶ୍ରୀ ଗୋପାଳଜୀଉଙ୍କ ମକ୍କଦ୍ଦମ ଦୋଳମେଲଣ ଶ୍ରୀଦଧିବାବନଜୀଉଙ୍କ ମନ୍ଦିର ସମ୍ମୁଖ ଠାକୁରଦାଣ୍ଡରେ ବୁଧବାର ରାତିରେ ଅନୁଷ୍ଠିତ ହୋଇଥିବା ବେଳେ ଗୁରୁବାର ସୀତାରାମ ମଠ ପଡିଆରେ ପ୍ରବୋଧ କୁମାର ଦାସଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଦୋଳ ମେଲଣରେ ପ୍ରାୟ ୧୮ଟି ବିମାନ ବାଜା ବଜାଇ, ବାଣ ଫୁଟାଇ ରୋଷଣୀକରି ମେଲଣ ପଡିଆରେ ପହଞ୍ଚି ଥିଲେ । ଗତ ୨ଶହ ୫୬ବର୍ଷ ଧରି ଏହି ପରମ୍ପରା ଚାଲିଆସୁଥିବା ବେଳେ ଚଳିତ ବର୍ଷ ମଧ୍ୟ ରୀତିନୀତି ଅନୁଯାଇ ବିମାନ ମାନଙ୍କରେ ଥିବା ଠାକୁରମାନଙ୍କୁ ପୂଜାର୍ଚ୍ଚନା ପରେ ଭୋଗଲାଗି କରାଯାଇଥିଲା । ବିମାନ ପୂଜା କାର୍ଯ୍ୟକ୍ରମରେ ଅଧିକାରୀ ରାଜେନ୍ଦ୍ର ଚନ୍ଦ୍ର ଦାଶ, ଅଧିକାରୀ ରସାନନ୍ଦ ଦାଶ ଓ ସରୋଜ କାନ୍ତ ପତି ପ୍ରମୁଖ ଅଂଶଗ୍ରହଣ କରିଥିଲେ । ଏହି ମେଲଣରେ ରାମଲୀଳା ପରିବେଷଣ କରିଥିଲେ ବାଲିଚନ୍ଦ୍ରପୁର ଖଡିଅଙ୍ଗ ମହାବୀର ରାମଗଣନାଟ୍ୟର ସତ୍ତ୍ୱାଧିକାରୀ ପବିତ୍ର କୁମାର ଦାସ ଓ ସାଥିମାନେ ଏବଂ ପାରମ୍ପାରିକ ଲୋକକଳା ଘୋଡାନାଚ ପରିବେଷଣ କରିଥିଲେ ଆରିପଦାର ମା’ଦୁର୍ଗେ ସାହାରା ସୁନ୍ଦରୀ ଘୋଡାନାଚ ଦଳର ବିମ୍ବାଧର ବେହେରା ଓ ସାଥିମାନେ । ୨୫୬ବର୍ଷ ଦୋଳ ମେଲଣ ମହୋତ୍ସବ ଅବସରରେ ଉଭୟ ପବିତ୍ର କୁମାର ଦାସ ଓ ବିମ୍ବାଧର ବେହେରାଙ୍କୁ ମାନପତ୍ର , ପୁଷ୍ପଗୁଛ ଓ ଉତ୍ତରୀୟ ପ୍ରଦାନ କରାଯାଇ ସମ୍ବର୍ଦ୍ଧିତ କରାଯାଇଥିଲା । ଏହି ଉତ୍ସବରେ ବିଜୟ କିଶୋର ଦାସ, ଚିତ୍ତରଞ୍ଜନ ଦାସ, ସୁଶାନ୍ତ କୁମାର ଦାସ, ଧରଣୀଧର ମହାନ୍ତି, ଅରବିନ୍ଦ ମହାନ୍ତି, କାହ୍ନୁଚରଣ ବେହେରା, ଶ୍ରୀଚରଣ ବେହେରା, ଆକୁଳାନନ୍ଦ ବେହେରା ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ

 


Next Post

ସାନମାଣିତିଆରେ ଶ୍ରୀଜଗନ୍ନାଥଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଉତ୍ସବ ସମାପନ

Fri Mar 29 , 2024
କେନ୍ଦ୍ରାପଡ଼ା, ୨୯ା୩: କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ସାନମାଣିତିଆରେ ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଚତୁର୍ଦ୍ଧା ମୂରତି ସ୍ଥାପନ ଉତ୍ସବ ଶନିବାର ଠାରୁ ଆରମ୍ଭ ହୋଇ ୨୭ତାରିଖରେ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ସମାପନ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଶ୍ରୀକ୍ଷେତ୍ର ପୁରୀର ପଣ୍ଡିତ ପଦ୍ମନାଭ ତ୍ରିପାଠୀଶର୍ମା, ପଣ୍ଡିତ ଭୁବନେଶ୍ୱର ତ୍ରିପାଠୀଶର୍ମା, ମୁକ୍ତିମଣ୍ଡପର ପଣ୍ଡିତ ମହେନ୍ଦ୍ରନାଥ ଷଡଙ୍ଗୀ ଓ ପଣ୍ଡିତ ହେମନ୍ତ କୁମାର ପଣ୍ଡା ପ୍ରମୁଖ ଯୋଗଦେଇ ଶନିବାର ଯଜ୍ଞାଧିବାସ, ମଣ୍ଡଳକରଣ, ଅଙ୍କୁରାରୋପଣ, ଦେବତା ଗର୍ଭାଧାନ […]

You May Like