କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତିଙ୍କ କଂଗ୍ରେସରୁ ଇସ୍ତଫା


କେନ୍ଦ୍ରାପଡ଼ା, ୫/୪:କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତି ରତିକାନ୍ତ ସାମଲ ଜାତୀୟ କଂଗ୍ରେସ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ଆଜି ରାଜ୍ୟ ଯୁବ କଂଗ୍ରେସ ସଭାପତି ରଞ୍ଜିତ ପାତ୍ରଙ୍କୁ ଇସ୍ତଫା ପତ୍ର ଶ୍ରୀ ସାମଲ ପଠାଇ ଦେଇଛନ୍ତି । ସେ ତାଙ୍କ ଇସ୍ତଫା ପତ୍ରରେ ବ୍ୟକ୍ତିଗତ କାରଣରୁ ଜାତୀୟ କଂଗ୍ରେସ ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଲେ ବୋଲି ଉଲ୍ଲେଖ କରିଛନ୍ତି । ଶ୍ରୀ ସାମଲ ୨୦୦୮ ମସିହାରେ ଚାନ୍ଦୋଳ କଲେଜ ଛାତ୍ର କଂଗ୍ରେସ ତରଫରୁ ସାଂସ୍କୃତିକ ସମ୍ପାଦକ ଭାବେ ନିର୍ବାଚିତ ହୋଇଥିବା ବେଳେ କେନ୍ଦ୍ରାପଡା ଲୋକସଭା ସୋସିଆଲ ମେଡିଆ ସଂଯୋଜକ ଓ କେନ୍ଦ୍ରାପଡା ବିଧାନସଭା ଯୁବ କଂଗ୍ରେସ ସଭାପତି ଭାବେ କାର୍ଯ୍ୟ ତୁଲାଇ ଆସୁଥିଲେ ବୋଲି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ପୂର୍ବତନ ମନ୍ତ୍ରୀ ଗଣେଶ୍ୱର ବେହେରାଙ୍କୁ ସମର୍ଥନ କରି ଏହି ଇସ୍ତଫା ଦେଇଛନ୍ତି ।


Discover more from

Subscribe now to keep reading and get access to the full archive.

Continue reading