ଦିହୁଡିପୁର ଓ ବଳଭଦ୍ରପୁର ପଂଚାୟତରେ ବିଜେଡି ବନ୍ଧୁ ମିଳନ ଓ ମିଶ୍ରଣ ପର୍ବ



ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦିହୁଡିପୁର ଓ ଭଳଭଦ୍ରପୁର ପଂଚାୟତରେ ଆଗାମୀ ସାଧାରଣ ନିର୍ବାଚନରେ ବିଜେଡିର ଉଭୟ ଲୋକସଭା ଓ ବିଧାନସଭା ପ୍ରାର୍ଥୀଙ୍କ ବୃହତ ବିଜୟ ବ୍ୟବଧାନ ପାଇଁ ଦଳ ପକ୍ଷରୁ ବନ୍ଧୁମିଳନ ଓ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ଦିହୁଡିପୁରରେ ଆୟୋଜିତ ମିଶ୍ରଣ ସମାବେଶରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ କର୍ମୀମାନଙ୍କ ସହିତ ବିଭିନ୍ନ ସମସ୍ୟା ବିସୟରେ ଅଲୋଚନା କରି ତୃଣମୂଳ ସ୍ତରରେ ଲୋକଙ୍କ ପାଖରେ ପହଁଚି ଉଭୟ ଲୋକସଭା ଓ ବିଧାନସଭା ବିଜେଡି ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ କରିଥିଲେ । ଏଥିରେ ପଟ୍ଟାମୁଣ୍ଡାଇ ବ୍ଲକ ଅଧକ୍ଷ ପ୍ରଦ୍ୟୁମ୍ନ ସାମନ୍ତରାୟ, ୧୭ନଂ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳ,ପୂର୍ବତନ ଜିଲ୍ଲାପରିଷଦ ସଦସ୍ୟ ଧନୁର୍ଜୟ ସ୍ୱାଇଁ ଦିହୁଡିପୁର ସରପଂଚ ନରେଶ ମଲିକ, ପୂର୍ବତନ ସରପଂଚ ଶ୍ରୀଧର ସ୍ୱାଇଁ , ସମିତି ସଭ୍ୟା ପ୍ରମିଳା ଖଟୁଆ, ବରିଷ୍ଠ ନେତା ନିମାଇ କର, ଜିଲ୍ଲା ବିଜେଡି ଉପସଭାପତି ସୁବାଷ ଦାସ ପ୍ରମୁଖ ଭାଷଣ ଦେଇ ଉଭୟ ଲୋକସଭା ଓ ବିଧାନସଭା ବିଜେଡି ପ୍ରାର୍ଥୀଙ୍କୁ ବିପୁଳ ଭୋଟରେ ଜୟଯୁକ୍ତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହାତମୁଠାକୁ ଟାଣ କରିବାକୁ ନିବେଦନ କରିଥିଲୋ

ସେହିପରି ପଟ୍ଟାମୁଣ୍ଡାଇ ବ୍ଲକ ବିଜେଡି ସଭାପତି କିଶୋର ସାହୁଙ୍କ ପୌରହିତ୍ୟରେ ବଳଭଦ୍ରପୁର ପଂଚାୟତରେ ଆୟୋଜିତ ମିଶ୍ରଣ ସମାବେଶରେ ରାଜନଗର ବିଧାୟକ ଧ୍ରୁବ ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସବୁବର୍ଗର ଲୋକଙ୍କ ପାଇଁ ବିଭିନ୍ନ ଜନକଲ୍ୟାଣ ଯୋଜନା ଓ କୋଟି କୋଟି ଟଙ୍କା ବ୍ୟୟରେ ପଟ୍ଟାମୁଣ୍ଡାଇ-ରାଜନଗର ବିକାଶ ପାଇଁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପ ସମ୍ପର୍କରେ ସୂଚନା ଦେଇ ଉଭୟ ଲୋକସଭା ଓ ବିଧାନସଭା ବିଜେଡି ପ୍ରାର୍ଥୀଙ୍କୁ ଯୋଡି ଶଙ୍ଖରେ ଭୋଟ ଦେବାକୁ ନିବେଦନ କରିଥିଲେ ।ଏଥିରେ ୧୭ନଂ ଜିଲ୍ଲା ପରିଷଦ ସଦସ୍ୟ ରଞ୍ଜନ ବିଶ୍ୱାଳ ,ପଂଚାୟତ ବିଜେଡି ସଭାପତି ରାମ ଚନ୍ଦ୍ର ବାଇ,ବରିଷ୍ଠ ନେତା ପଂଚାନନ ଧଳ,ଜିଲ୍ଲା ବିଜେଡି ଉପସଭାପତି ସୁବାଷ ଦାସ, ସରପଂଚ ପ୍ରିୟବ୍ରତ ଓଝା ପ୍ରମୁଖ ଦେଇଥିଲେ । ଉଭୟ ପଂଚାୟତରେ କଂଗ୍ରେସ ସମେତ ବିଭିନ୍ନ ଦଳର ନେତା ଓ କର୍ମୀଙ୍କୁ ଦଳୀୟ ଉତରୀୟ ପ୍ରଦାନ କରାଯାଇ ବିଜେଡିରେ ସାମିଲ କରାଯାଇଥିଲା ।


Next Post

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି : ପ୍ରତିକ୍ରିୟାରେ ମୁଖ୍ୟମନ୍ତ୍ରୀ କହିଲେ ଦିନରେ ସ୍ବପ୍ନ ଦେଖୁଛି ଭାଜପା

Mon May 6 , 2024
ଓଡ଼ିଶାରେ ପ୍ରଥମ ଥର ଡବଲ ଇଂଜିନ ସରକାର ହେବ ବୋଲି ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି । ଏଥିସହିତ ଭାଜପା ଓଡ଼ିଶାରେ ସରକାର ଗଠନ କଲେ କିଏ ମୁଖ୍ୟମନ୍ତ୍ରୀ ହେବ ସେ ନେଇ ମଧ୍ୟ ସେ ଘୋଷଣା କରିଛନ୍ତି। ମୋଦି କହିଛନ୍ତି, ଯିଏ ଓଡ଼ିଶା ଲୋକଙ୍କୁ ଜାଣିଥିବ, ବୁଝିଥିବ, ସେ ହିଁ ମୁଖ୍ୟମନ୍ତ୍ରୀ ହେବ । […]

KANIKA