କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡାର ପୂର୍ବତନ ସାଂସଦ ସ୍ୱର୍ଗତ ପ୍ରଭାତ ସାମନ୍ତରାୟ ଓ ପୂର୍ବତନ ବିଧାୟକ ସ୍ୱର୍ଗତ ଉତ୍କଳ କେଶରୀ ପରିଡାଙ୍କ ପରଲୋକରେ ଆଜି ବିଜୁ ଜନତା ଦଳ ତରଫରୁ ଏକ ସର୍ବ ଦଳୀୟ ଶ୍ରଦ୍ଧାଞ୍ଜଳି ସଭା କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରାଙ୍କ ସଭାପତିତ୍ୱରେ ସାନ୍ତସାହିସ୍ଥିତ ଶ୍ରୀ ଶ୍ରୀ ବଳଦେବଜୀଉ କଲ୍ୟାଣମଣ୍ଡପରେ ଠାରେ ଅନୁଷ୍ଠିତ ହୋଇଯାଇଛି ।ଏହି ଶ୍ରଦ୍ଧାଞ୍ଜଳି ସମାରୋହରେ ପୂର୍ବତନ ମନ୍ତ୍ରୀ ଅତନୁ ସବ୍ୟସାଚ୍ଚୀ ନାୟକ, କେନ୍ଦ୍ରାପଡାର ପୂର୍ବତନ ମନ୍ତ୍ରୀ […]
ବଡ଼ଭାଇକୁ ବିଷ ଦେଇଦେଲା ସାନ ଭାଇ। ବିଷ ପିଇ ଯନ୍ତ୍ରଣାରେ ଜର୍ଜରିତ ହୋଇ ଡାକ୍ତରଖାନାରେ ମଧ୍ୟ ବଡ଼ ଭାଇ ସାନଭାଇକୁ ଖୋଜୁଥିଲା । ଯେତେବେଳେ ଆଖି ଆଗରେ ସାନ ଭାଇକୁ ପାଇଲେନି ସେତେବେଳ ଫୋନ କରିଥିଲେ। ମରିବା ପୂର୍ବରୁ ଥର ଥର କଣ୍ଠରେ ସାନ ଭାଇକୁ ପଚାରିଲେ, ବାବୁରେ ମୋତେ କି ବିଷ ଦେଇଛୁ କହ? ଏପରି ଛାତିଥର ଘଟଣା ଘଟିଛି କେନ୍ଦୁଝର ଜିଲା ଆନନ୍ଦପୁର ପୌରାଞ୍ଚଳର ଶାଳପଡା ଗୁଣ୍ଡିଚା […]
କେନ୍ଦ୍ରାପଡ଼ା, ୨୯ା୧୦: ଅକ୍ଟୋବର ୨୯ ତାରିଖ ଦିନ ରାଜ୍ୟ ସାରା ବିପର୍ଯ୍ୟୟ ପ୍ରସ୍ତୁତି ଦିବସ ୨୦୨୪ ପାଳନ କରାଯାଉଛି । ଏହି ଉପଲକ୍ଷେ ଗରାପୁରସ୍ଥିତ ଜିଲ୍ଲା ଜରୁରୀକାଳୀନ ଅଧିକାରୀଙ୍କ କାର୍ଯ୍ୟାଳୟଠାରୁ ବିଭିନ୍ନ ସ୍ଲୋଗାନ୍ ଦେଇ ଏକ ମିନି ମାରାଥନ ବାହାରି ସହର ପରିକ୍ରମା କରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ସମାପନ ହୋଇଥିଲା । ଏହି ମିନି ମାରାଥନକୁ ମୁଖ୍ୟ ଅତିଥି ରୂପେ ଯୋଗଦେଇ କେନ୍ଦ୍ରାପଡା ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ପତାକା […]
ପଟ୍ଟାମୁଣ୍ଡାଇ ୨୯/୧୦ – ପଟ୍ଟାମୁଣ୍ଡାଇ ବ୍ଲକ ଅର୍ନ୍ତଗତ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଓ ଗୁଣୁପୁର ମା’ଛୁଆଳିଆ ପଂଚାୟତ ହାଇସ୍କୁଲ ପକ୍ଷରୁ ଲୋକନାଥପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟଠାରେ ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ପ୍ରଧାନ ଶିକ୍ଷକ ଶୁଭାଂଶୁ କୁମାର ଦାସଙ୍କ ପୌରୋହିତ୍ୟରେ ସୋମବାର ଜିଲ୍ଲା ସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି । ଏଥିରେ କଟକ ଦୁର୍ନୀତି ନିବାରଣ ବିଭାଗ ଡ଼ିଏସପି ସନ୍ତକ ଜେନା ମୁଖ୍ୟଅତିଥି, ପଟ୍ଟାମୁଣ୍ଡାଇ […]
ପଟ୍ଟାମୁଣ୍ଡାଇ ୨୯/୧୦-ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ଦାଣ୍ଡିସାହି ବ୍ରାହ୍ମଣୀ କଲେଜ ଜାତୀୟ ସେବା ସଂସ୍ଥା ଏନଏସଏସ ପକ୍ଷରୁ ଗତ ୧୭ ତାରିଖରୁ ୨୨ତାରିଖ ସପ୍ତାହ ବ୍ୟାପି ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ କଲେଜ ଅଧ୍ୟକ୍ଷ ପ୍ରଫେସର ଡ଼ ଗୌରୀ କୁମାର ସାମଲ ଉଦଘାଟନ କରିଥିଲେ । କଲେଜ ଏନ ଏସ ଏସ ସଂଯୋଜକ ଅଧ୍ୟାପକ ନଟବର ସୂତାରଙ୍କ ସଂଯୋଜନାରେ ଆୟୋଜିତ କାର୍ଯ୍ୟକ୍ରମରେ ଅଧ୍ୟାପକ ପ୍ରଶାନ୍ତ ସାମଲ, […]
କେନ୍ଦ୍ରାପଡା,୨୮ା୧୦: ଆଲ ଓଡିଶା ୧୦୮ ଆମ୍ବୁଲାନ୍ସ କର୍ମଚାରୀ ମହାସଂଘର ସମସ୍ତ କାର୍ଯ୍ୟରତ କର୍ମଚାରୀମାନେ ବିଗତ ୨୦୧୩ ମସିହାଠାରୁ ଜିକିତଜା ହେଲଥ୍ କେୟାର ନାମକ ଠିକା ସଂସ୍ଥା ଦ୍ୱାରା ପରିଚାଳିତ ହେଉଥିବା ୧୦୮ ଆମ୍ବୁଲାନ୍ସରେ ନିଷ୍ଠାପୂର୍ଣ୍ଣ ଓ ନିସ୍ୱାର୍ଥପର ଭାବରେ ସେବା ଯୋଗାଇ ଦେଇଆସୁଛି । ଗତ ତା୨୧ା୧୦ା୨୦୨୪ରିଖଠାରୁ ନୂତନ କମ୍ପାନୀ ଏମ୍/ଏସ୍ ଇଏମଆରଆଇ ଗ୍ରୀନ ନାମକ ଠିକା ସଂସ୍ଥା ନୂତନ ଦାୟିତ୍ୱ ବହନ କରିଛି । ଯେ କୌଣସି ପ୍ରାକୃତିକ […]
କେନ୍ଦ୍ରାପଡ଼ା, ୨୯ା୧୦: କେନ୍ଦ୍ରାପଡା ତୁଳସୀ କ୍ଷେତ୍ର ପଣ୍ଡିତ ସଭାର ମୁଖ୍ୟ ସମ୍ପାଦକ ପଣ୍ଡିତ ସତ୍ୟନାରାୟଣ ପତି ଜଣାଇଛନ୍ତି ଯେ ଦୀପାବଳି ଓ ପୟାଶ୍ରାଦ୍ଧ(ପିମ୍ପେଇଡକା)ପାଳନ ବିଷୟରେ ବିଭିନ୍ନ କ୍ୟାଲେଣ୍ଡରରେ ୩୧ ତାରିଖ ଗୁରୁବାରରେ ହେବ ବୋଲି ଲେଖାଯାଇଛି । ସମ୍ପ୍ରତି ଆମ ଆରାଧ୍ୟ ଦେବତା ପ୍ରଭୁ ଜଗନ୍ନାଥଙ୍କ ମୁକ୍ତି ମଣ୍ଡପ ପଣ୍ଡିତ ସଭା ଅନୁମୋଦିତ ଅସଲି ଖଡି ରତ୍ନ ପଞ୍ଜିକାରେ ୧ ତାରିଖ ଶୁକ୍ରବାରରେ ଦୀପାବଳି ଓ ପୟାଶ୍ରାଦ୍ଧ ପାଳନ କରାଯିବା […]
କେନ୍ଦ୍ରାପଡ଼ା,୨୯ା୧୦: ବାତ୍ୟା “ଦାନା’ ପ୍ରଭାବରେ ସାରା ଓଡିଶାର ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ବିଶେଷ କ୍ଷୟକ୍ଷତି ହୋଇଥିଲା ବେଳେ କେନ୍ଦ୍ରାପଡ଼ା ଜିଲ୍ଲାର ରାଜନଗର ବ୍ଲକ ଅଧିନ ବଗପାଟିଆ, ସାତଭାୟା ଅଂଚଳ ସବୁଠୁ ବେଶୀ ପ୍ରଭାବିତ ହୋଇଛି। ସେହି ପ୍ରଭାବିତ ଅଞ୍ଚଳରେ ସାଧାରଣ ଲୋକଙ୍କ ଜୀବନ ଜୀବିକା ବାଧାପ୍ରାପ୍ତ ହୋଇପଡ଼ିଥିବା ବେଳେ ସ୍କାଉଟ ଗାଇଡ଼ ରାଜ୍ୟ ମୁଖ୍ୟ ଆୟୁକ୍ତ ଡକ୍ଟର କାଳୀପ୍ରସାଦ ମିଶ୍ରଙ୍କ ନିର୍ଦ୍ଧେଶ କ୍ରମେ କେନ୍ଦ୍ରାପଡ଼ା ଜିଲ୍ଲା ଭାରତ ସ୍କାଉଟ ଓ ଗାଇଡ […]
କେନ୍ଦ୍ରାପଡ଼ା,୨୯ା୧୦: ମଙ୍ଗଳବାର ପୂର୍ବାହ୍ନ ୮ଟାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ ଉପଲକ୍ଷେ ପଥ ଉତ୍ସବ ଓ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏଥି ନିମନ୍ତେ ଏକ ପଦଯାତ୍ରା ଓ ସଚେତନତା ରଥ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରୁ ବାହାରି ନୂଆ ବସଷ୍ଟାଣ୍ଡ ଦେଇ ସହର ପରିକ୍ରମା କରି ଥିବାବେଳେ ଜିଲ୍ଲାପାଳ ସ୍ମୃତିରଞ୍ଜନ ପ୍ରଧାନ ପତାକା ଦେଖାଇ ଏହାର ଶୁଭାରମ୍ଭ କରିଥିଲେ। ସୂଚନା ଯୋଗ୍ୟ ଯେ ସ୍ୱତନ୍ତ୍ର ସଂକ୍ଷିପ୍ତ ସଂଶୋଧନ କାର୍ଯ୍ୟକ୍ରମ […]
କେନ୍ଦ୍ରାପଡ଼ା,୨୯ା୧୦: କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଭରତପୁର ଗ୍ରାମପଞ୍ଚାୟତର ଜଗନ୍ନାଥପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଉତ୍କଳ ମହିଳା ସମିତି ଆନୁକୂଲ୍ୟରେ ୨୫ବର୍ଷ ତଳେ ହୋଇଥିବା ମହାବାତ୍ୟାର ଭୟବହତାକୁ ମନେପକାଇ ପରିବେଶ ସଚେତନତା ଉପରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଥିଲା। ଏହି ଉପଲକ୍ଷେ ପଞ୍ଚାୟତ ମହାସଙ୍ଘର ସଭାନେତ୍ରୀ ରାଜଲକ୍ଷ୍ମୀ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଆଇନଜୀବୀ ରମଣୀରଞ୍ଜନ ରାଉତରାୟ, ଅଧ୍ୟାପକ ଡ. ଦିଲ୍ଲିପ କୁମାର ମିଶ୍ର, ଅଧ୍ୟାପକ ଅଜୟ ସାମଲ, ଆଦିକନ୍ଦ […]
କେନ୍ଦ୍ରାପଡ଼ା,୨୮ା୧୦: କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟର ଗାନ୍ଧୀଭବନଠାରେ ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁସାରେ ଏକ ଶପଥ ପାଠ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଶପଥ ପାଠରେ ମହାବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଏବଂ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ସମ୍ମିଳିତ ଭାବେ ‘ଦୁର୍ନୀତି ନିବାରଣ ସଚେତନତା’ କାର୍ଯ୍ୟକ୍ରମରେ ଶପଥ ପାଠ କରିଥିଲେ । ଉଚ୍ଚଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ସପ୍ତାହଟି ଚଳିତ ମାସ ୨୮ […]
କେନ୍ଦ୍ରାପଡା ୨୮/୧୦- ପୁନର୍ବାସ ପରିସରରେ ବିବିଧ କଳାର ସମ୍ବିଳିତ ମଞ୍ଚ “ସିମ୍ଫୋନି’ ପକ୍ଷରୁ ଆସନ୍ତା ଡିସେମ୍ବର ମାସରେ ଜିଲ୍ଲାରେ ପ୍ରଥମଥର ହେବାକୁ ଯାଉଥିବା ତ୍ରିଦିବସୀୟ ରାଜ୍ୟସ୍ତରୀୟ ନାଟ୍ୟ ମହୋତ୍ସବ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ମୁଖ୍ୟ ଉପଦେଷ୍ଟା ବିରଜା ରାଉତରାୟଙ୍କ ସଞ୍ଚାଳନରେ ଅନୁଷ୍ଠିତ ଏହି ବୈଠକରେ ଅଭିଜ୍ଞ ବିଶାରଦ ଭାବେ ଓଡିଶା ନାଟ୍ୟ ସଂଘର ସମ୍ପାଦକ ଶୁଭକାନ୍ତ ପାଢୀ, ଆକାଶବାଣୀର ବେତାର ନାଟ୍ୟ ଶିଳ୍ପୀ ସମୀର ମିଶ୍ର, […]
କେନ୍ଦ୍ରାପଡ଼ା, ୨୮ା୧୦: କେନ୍ଦ୍ରାପଡ଼ା ଜିଲ୍ଲାର ଡେରାବିଶ ବ୍ଲକ ପରିସରରେ ଜିଲ୍ଲା ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ମୋଟ ୫୬ଟି ଅଭିଯୋଗ ଆସିଥିଲା। ସେଥିମଧ୍ୟରୁ ୫୦ଟି ବ୍ୟକ୍ତିଗତ ଅଭିଯୋଗ ହୋଇଥିବା ବେଳେ ୬ଟି ସାମୁହିକ ଅଭିଯୋଗ ଥିଲା। ବିଶେଷକରି ରାସନ କାର୍ଡ, ଇନ୍ଦିରା ଆବାସ, ଗାଈ ଗୁହାଳ ଓ ନାଗରିକତ୍ୱକୁ ନେଇ ବ୍ୟକ୍ତିଗତ ଅଭିଯୋଗ ଗୁଡିକ […]
କେନ୍ଦ୍ରାପଡ଼ା,୨୮ା୧୦: ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶାନୁଯାୟୀ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ-୨୦୨୪ ଅକ୍ଟୋବର ୨୮ତାରିଖ ରୁ ନଭେମ୍ବର ୩ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଭାସୀ ମାଧ୍ୟମରେ ରାଜ୍ୟର ସମସ୍ତ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀ ଓ କର୍ମଚାରୀଙ୍କୁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଉପଲକ୍ଷେ ଲୋକସେବା ଭବନର କନଭେନ୍ସନ୍ ସଭାଗୃହରୁ ଦୁର୍ନୀତି ନିବାରଣ ଶପଥ ପାଠ କରାଇଥିଲେ । ସୋମବାର ପୂର୍ବାହ୍ନ […]
ପଟ୍ଟାମୁଣ୍ଡାଇ ୨୮/୧୦-ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ କଷଣଅଂଟା ଗ୍ରାମରୁ ୪ଟି ହାଇୱା ଟ୍ରକର ୮ଟି ବ୍ୟାଟେରୀ ଚୋରୀ ହୋଇଯାଇଛି । ଏ ସମ୍ପର୍କରେ ପଟ୍ଟାମୁଣ୍ଡାଇ ଥାନାରେ ଏତଲା ଦିଆଯାଇଛି । ପ୍ରକାଶ ଯେ ଗତ ୨୫ ତାରିଖ ଝଡ଼ବାତ୍ୟା ଯୋଗୁଁ ପ୍ରବଳ ବର୍ଷା ପବନ ବହିବା ଫଳରେ ବିଦ୍ୟୁତ ସରବରାହ ବନ୍ଦ ରହିଥିଲା । ଘନ ଅନ୍ଧକାର ସୁଯୋଗ ନେଇ କିଛି ଦୁବୃର୍ତ ଲଲାଟେନ୍ଦୁ ସ୍ୱାଇଁଙ୍କ ହାଇୱା ଟ୍ରକରୁ ୨ଟି […]
ପଟ୍ଟାମୁଣ୍ଡାଇ ତା ୨୮/୧୦-ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗୋଗୁଆ ଠାରେ ନବ ନିର୍ମିତ ନାୟାରା ଫିଲିଙ୍ଗ ଷ୍ଟେସନ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ ଏ ବି ଗ୍ରୁପ ଅଧ୍ୟକ୍ଷ ଆଦେଶ କୁମାର ବେହେରାଙ୍କ ପୌରହିତ୍ୟରେ ଆୟୋଜିତ ବର୍ଣ୍ଣାଢ୍ୟ ଉତ୍ସବରେ କେନ୍ଦ୍ରାପଡ଼ା ବିଧାୟକ ପୂର୍ବତନମନ୍ତ୍ରୀ ଗଣେଶ୍ୱର ବେହେରା, ରାଜନଗର ପୂର୍ବତନ ବିଧାୟକ ଅଂଶୁମାନ ମହାନ୍ତି ଓ ପୌର ପରିଷଦ ଅଧ୍ୟକ୍ଷ ହେମନ୍ତ ସାହୁ ଯଥାକ୍ରମେ ମୁଖ୍ୟଅତିଥି, ମୁଖ୍ୟ ବକ୍ତା ଓ ସମ୍ମାନିତଅତିଥି […]
ଭୁବନେଶ୍ୱର, ୨୭/୧୦ : ଆଜି ଅପରାହ୍ଣରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀ ସୁରେଶ ପୁଜାରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ‘ଦାନା’ର ପ୍ରଭାବ ଏଥି ଜନିତ ଲଗାଣ ବର୍ଷାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ ଓ ମୟୁରଭଞ୍ଜ ଜିଲ୍ଲାରେ ଚାଲିଥିବା ରିଲିଫ ଏବଂ ପୁନରୁଦ୍ଧାର କାର୍ଯ୍ୟ ସଂପର୍କରେ ସମୀକ୍ଷା କରିଥିଲେ । ଏହି ବୈଠକରେ ମୁଖ୍ୟ ଶାସନ ସଚିବ ଶ୍ରୀ […]
କେନ୍ଦ୍ରାପଡା,୨୭ା୧୦- ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ କେନ୍ଦ୍ରାପଡା ଜିଲା ରାଜନଗର ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଦାବି କରିଛି। ରାଜନଗର ବ୍ଲକ ସାନବଡଗୋପାଳପୁର ପଚାଂୟତ ତ୍ରିନାଥ ବଜାର ପୂର୍ତ ବିଭାଗ ବଙ୍ଗଳା ପରିସରରେ ଅନୁଷ୍ଠିତ ସାମ୍ବାଦିକ […]
କେନ୍ଦ୍ରାପଡା,୨୭ା୧୦: ଭାରତୀୟ ଷ୍ଟେଟ୍ବ୍ୟାଙ୍କ ଆଞ୍ଚଳିକ କାର୍ଯ୍ୟାଳୟ, ପାରାଦୀପ ପକ୍ଷରୁ କେନ୍ଦ୍ରାପଡା ଜିଲ୍ଲାର ରାଜନଗର ବ୍ଲକ ଅନ୍ତର୍ଗତ ବଗପାଟିଆର ସାତଭାୟା ବିସ୍ଥାପିତ ଅଞ୍ଚଳରେ ବାତ୍ୟା ‘ଦାନା’ ପ୍ରପିଡିତ ଏକ ହଜାର ପରିବାରଙ୍କୁ ଗତ ୨୬ ତାରିଖରେ ସହାୟତା ପ୍ରଦାନ କରାଯାଇଛି । ଏଥିରେ ଭାରତୀୟ ଷ୍ଟେଟ୍ବ୍ୟାଙ୍କର ଅଗ୍ରୀମ ଜିଲ୍ଲା ପ୍ରବନ୍ଧକ ମନୋଜ ପ୍ରଧାନି, ପ୍ରବନ୍ଧକ(ଅର୍ଥ) ବିଧୂଭୂଷଣ ରାଉତ, ପ୍ରବନ୍ଧକ (ମାନବ ସମ୍ବଳ) ସୁକାନ୍ତ କୁମାର ସାହୁ ଏବଂ ବରିଷ୍ଠ ସହାୟକ ପ୍ରଭାତ […]
ପଟ୍ଟାମୁଣ୍ଡାଇ ୨୭/୧୦ – ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ କେନ୍ଦ୍ରାପଡା ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଏହା ଆକଳନ ପରେ ଜଣାପଡ଼ିବ। ରବିବାର ଅପରାହ୍ଣରେ କେନ୍ଦ୍ରାପଡା ବିଧାୟକ ଗଣେଶ୍ୱର ବେହେରା କେନ୍ଦ୍ରାପଡ଼ା ନିର୍ବାଚନମଣ୍ଡଳୀ ଅଧିନ ପଟ୍ଟାମୁଣ୍ଡାଇ ବ୍ଲକ ଅନ୍ତର୍ଗତ ନରସିଂହପୁର, ଡିହାପଡା, ବାଲିପାଟଣା, ବଡ଼ମୂଳ୍ୱସନ୍ତ ଓ ନିଳକଣ୍ଠପୁର ଆଦି ପଂଚାୟତ ପରିଦର୍ଶନ କରିଥିଲେ । ପରିଦର୍ଶନ ସମୟରେ ସେ ଲୋକମାନଙ୍କ ସହିତ ମିଶି ତାଙ୍କର ଭଲମନ୍ଦ କଥା ପଚାରି […]
କେନ୍ଦ୍ରାପଡ଼ା, ୨୭ା୧୦: ରାଜ୍ୟର ପୁରାତନ ସାଂସ୍କୃତିକ ଅନୁଷ୍ଠାନ ଜିଲ୍ଲା ବୋଇତ ବନ୍ଦାଣ ସମିତି କେନ୍ଦ୍ରାପଡାର ୫୬ତମ ବୋଇତ ବନ୍ଦାଣ ଉତ୍ସବର ଅବ୍ୟବହିତ ପୂର୍ବରୁ ରବିବାର ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ତୁଳସୀ ମହିଳା ମହାବିଦ୍ୟାଳୟ ପରିସରରେ ବିଭିନ୍ନ ବିଭାଗରେ ୫ଶହରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କୁ ନେଇ ଏକ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ଏହି ପ୍ରତିଯୋଗିତାରେ ପ୍ରାଥମିକ ସ୍ତରରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଛାତ୍ରଛାତ୍ରୀମାନେ ଚିତ୍ରାଙ୍କନ, ବକ୍ତୃତା, ସଂଗୀତ, ଝୋଟି(ମୁରୁଜ), […]
ପଟ୍ଟାମୁଣ୍ଡାଇ ୨୬/୧୦ -ବାତ୍ୟା ‘ଦାନା’ ମୁକାବିଲା ପାଇଁ ପ୍ରଶାସନିକ ସ୍ତରରେ ଅନେକ ପଦକ୍ଷେପ ନିଆଯାଇଛି। ବାତ୍ୟା ଦାଉରୁ ରକ୍ଷା ପାଇଁ ଲୋକମାନଙ୍କୁ ବିଭିନ୍ନ ସ୍ଥାୟୀ ଓ ଅସ୍ଥାୟୀ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତର କରାଯିବା ସହ ସେଠାରେ ବିଭିନ୍ନ ପ୍ରକାର ଅତ୍ୟାବଶକୀୟ ସାମଗ୍ରୀ ମହଜୁଦ ମଧ୍ୟ ରଖାଯାଇଛି । ମାତ୍ର କେନ୍ଦ୍ରାପଡା ଜିଲ୍ଲା ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ଗାଁର କଲ୍ୟାଣ ମଣ୍ଡପ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଚରମବ୍ୟତିକ୍ରମ ଦେଖିବାକୁ ମିଳିଛି । ବାତ୍ୟା […]
ଭୁବନେଶ୍ୱର, : ବାତ୍ୟା ଦାନାର ମୁକାବିଲା ଓ ପରିଚାଳନା ନେଇ ରାଜ୍ୟ ସରକାର ନିଜର ସଫଳତା ଦାବି କରି ଡିଣ୍ଡିମ ପିଟି ଚାଲିଥିବା ବେଳେ ବିଜୁ ଜନତା ଦଳ ତରଫରୁ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ ରାଜ୍ୟ ସରକାର ବାତ୍ୟା ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି ବୋଲି ଦାବି କରିଛି। ବିଜେଡି ମୁଖପାତ୍ର ଡଃ ଲେଖାଶ୍ରୀ ସାମନ୍ତସିଂହାର କହିଥିଲେ, ରାଜ୍ୟ ବିଜେପି ସରକାରଙ୍କ ଫୋକସ, ବାତ୍ୟା ଦାନାର ମୁକାବିଲା ଓ […]
ପଟ୍ଟାମୁଣ୍ଡାଇ ୨୬/୧୦ -ସାମୁଦ୍ରିକ ଝଡ଼ ବାତ୍ୟା ଦାନା ଯୋଗୁଁ ପଟ୍ଟାମୁଣ୍ଡାଇ ବ୍ଲକ ଓ ପୌରାଂଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବହୁ କଚ୍ଚା ଘର, ଆଜବେଷ୍ଟ ଘର ଭାଙ୍ଗି ଯାଇଛି । ବାତ୍ୟା ଆଶ୍ରୟ ସ୍ଥଳୀ ଓ ଅସ୍ଥାୟୀ ଆଶ୍ରୟସ୍ଥଳୀରେ ଥିବା ଲୋକମାନେ ଘରକୁ ଫେରିଛନ୍ତି । ଘର ଭାଙ୍ଗି ଥିବା ଅଳ୍ପ କେତେକ ଲୋକ ଆଶ୍ରୟସ୍ଥଳୀରେ ଥିବାରୁ ସେମାନଙ୍କୁ ଶୁଖିଲା ଓ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଇଛି । […]